ସତର୍କ ସଙ୍କେତ ଉପରେ ଜଳକା ଜଳସ୍ତର

ବାଲେଶ୍ୱର: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୁଧବାର ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଙ୍କେତ ୬.୫ ମିଟର ରହିଛି । ମଙ୍ଗଳବାର ଭୋର ୪ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୦୧ ମିଟରରେ ପ୍ରବାହିତ ହେଉଥିଲା । ବୁଧବାର ପୂର୍ବାହ୍ନ ୯ଟା ସୁଦ୍ଧା ସତର୍କ ସଙ୍କେତ ଟପି ୬.୦୫ ମିଟରରେ ପ୍ରବାହିତ ହେଉଛି। ଯାହାକୁ ନେଇ ଜଳକାରେ ପୁଣି ବନ୍ୟା ଆଶଙ୍କା ଦେଖାଦେଇଛି । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବସ୍ତା ଓ ସଦର ବ୍ଲକର ଶତାଧିକ ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଛି। ବନ୍ୟା ଆଶଙ୍କା ଚାଷୀଙ୍କୁ ଦୁର୍ଦ୍ଦଶା ଆଣିଦେଇଛି । ଭୟଭୀତ ଅବସ୍ଥାରେ ରହିଛନ୍ତି ନଦୀ କୁଳିଆ ବାସିନ୍ଦା । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର । ଗତ ଦୁଇଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୁରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଛି । ଫଳରେ ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର,ମୋରଡା, ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବୃଦ୍ଧି ପାଉଛି ନଦୀର ଜଳସ୍ତର। ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି । ବନ୍ୟା ପରିସ୍ଥିତି ମୁକାବିଲା ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ଏଡିଏମ ସୁଧାକର ନାୟକ ସୂଚନା ଦେଇଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ