ସବୁଜ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ: କେ ଭି ସିଂହଦେଓ

ଭୁବନେଶ୍ୱର: ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆପୋଲ ଗ୍ରୀନ ଏନର୍ଜି ଲିମିଟେଡ଼ କମ୍ପାନୀ ଦ୍ୱାରା ଓଡ଼ିଶାରେ ସୌର ବିଦ୍ୟୁତ ପ୍ରକଳ୍ପ ସ୍ଥାପନ ନିମନ୍ତେ ଆଜି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କୁ ଏକ ଉପସ୍ଥାପନା ପ୍ରଦର୍ଶନ କରିଥିଲେ ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱଚ୍ଛ ଓ ସବୁଜ ଭାରତ ଲକ୍ଷ୍ୟକୁ ସାକାର କରିବା ଦିଗରେ ଓଡ଼ିଶା ସମ୍ପୂର୍ଣ୍ଣ ରୂପେ ପ୍ରତିଶ୍ରୁତିବଦ୍ଧ । ଓଡ଼ିଶାର ସବୁଜ ଶକ୍ତି ଲକ୍ଷ୍ୟ ହାସଲ କରିବା ନିମନ୍ତେ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି ।

ଆପୋଲ ଗ୍ରୀନ ଏନର୍ଜି ସମ୍ପ୍ରତି ଓଡ଼ିଶାର ଗଂଜାମ ଜିଲ୍ଲାରେ ୫୪ମେଗାୱାଟ ବିଶିଷ୍ଟ ୧୫୧ କୋଟି ଟଙ୍କାର ସୌର ବିଦ୍ୟୁତ ପ୍ରକଳ୍ପ ନିର୍ମାଣ କାର୍ୟ୍ୟ ଜାରି ରଖିଛି । ସେହିପରି ଓଡ଼ିଶାର ଅନ୍ୟ ଜାଗାରେ ମଧ୍ୟ ଗ୍ରୀନ ଏନର୍ଜି ପ୍ରକଳ୍ପ କାର୍ୟ୍ୟକାରୀ କରିବାକୁ ଆଗ୍ରହୀ । ସମୁଦାୟ ୧୦୦୦ ମେଗାୱାଟର ଗ୍ରୀନ ଏନର୍ଜି ପ୍ରକଳ୍ପ ନିମନ୍ତେ ୪୫୦୦ କୋଟି ଟଙ୍କା ପୁଞ୍ଜି ନିବେଶ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି । ଏହା ଦ୍ୱାରା ସୌରବିଦ୍ୟୁତ ଉତ୍ପାଦନ ହେବା ସଂଗେ ସଂଗେ ୩୦୦୦ ଲୋକ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିଯୁକ୍ତି ପାଇବେ । ଆବଶ୍ୟକ ଅନୁଯାୟୀ ବିଦ୍ୟୁତ ବ୍ୟବହାର ପରେ ବଳକା ବିଦ୍ୟୁତ ବ୍ୟାଟେରୀ ଦ୍ୱାରା ଷ୍ଟୋର କରି ରଖିବା ସୁବିଧା ମଧ୍ୟ ଏହି ପ୍ରକଳ୍ପରେ ଉପଲବ୍ଧ ହେବ । ଏଥିପାଇଁ ସରକାରଙ୍କ ଠାରୁ ଆବଶ୍ୟକ ସହଯୋଗ କାମନା କରିଥିଲେ ।

ବୈଠକରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ଓପିଟିସିଏଲ ସିଏମଡି ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଗ୍ରୀଡକୋ ଏମଡ଼ି ଶ୍ରୀ ତ୍ରିଲୋଚନ ପଣ୍ଡା, ଆପୋଲ ଗ୍ରୀନ ଏନର୍ଜି ଲିମିଟେଡ଼ ସିଇଓ ଶ୍ରୀ ସଞ୍ଜୟ ଗୁପ୍ତା, ପ୍ରେସିଡେଣ୍ଟ ଶ୍ରୀ ରାକେଶ ଗୁପ୍ତାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ