ସବୁ ରାଜସ୍ବ କାର୍ୟ୍ୟାଳୟରେ ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ

ଭୁବନେଶ୍ବର : ବାରମ୍ବାର ତାଗିଦ୍ କରାଗଲା, ଚେତାବନୀ ମଧ୍ୟ ଦିଆଗଲା। ହେଲେ ଆଜି ବି ରାଜସ୍ବ ନିରୀକ୍ଷକ, ତହସିଲ ଭଳି ଗୁରୁତ୍ବପୂର୍ଣ୍ଣ କାର୍ୟ୍ୟାଳୟରେ କର୍ମଚାରୀ, ଅଧିକାରୀଙ୍କ ଦେଖା ମିଳୁ ନାହିଁ। ଜରୁରୀ କାମରେ ଲୋକେ ଦୌଡ଼ି ଦୌଡ଼ି ନୟାନ୍ତ, କିନ୍ତୁ ଜନତାଙ୍କୁ ସେବା ପ୍ରଦାନ ପାଇଁ ସେଠାରେ ନିଯୁକ୍ତ ସରକାରୀ ବେତନଭୋଗୀ କାର୍ୟ୍ୟାଳୟରେ ଅନୁପସ୍ଥିତ ରହୁଛନ୍ତି। ଗତ ମାସରେ ଖୋଦ୍ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଟକ ସ୍ଥିତ ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ୍‌ (ଆଇଜିଆର)ଙ୍କ କାର୍ୟ୍ୟାଳୟକୁ ହଠାତ୍ ପରିଦର୍ଶନରେ ଯାଇ ବହୁସଂଖ୍ୟକ କର୍ମଚାରୀ ଅନୁପସ୍ଥିତ ଥିବା ଦେଖି ବିରକ୍ତି ପ୍ରକାଶ କରିଥିଲେ। ଏପରି ଅବହେଳାକୁ ନେଇ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ କଠୋର ଆଭିମୁଖ୍ୟ ଗ୍ରହଣ କରିବା ସହିତ ପ୍ରତ୍ୟେକ ରାଜସ୍ବ କାର୍ୟ୍ୟାଳୟରେ ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ କରିଛି। ମନ୍ତ୍ରୀଙ୍କ ନିର୍ଦେଶମତେ ମଙ୍ଗଳବାର ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ପତ୍ର ଲେଖି ବାୟୋମେଟ୍ରିକ୍ ଉପସ୍ଥାନ ମେସିନ୍ ଲଗାଇବା ପାଇଁ କୁହାଯାଇଛି। ଏହି ନିର୍ଦେଶର ଅନୁପାଳନ ହେଲା କି ନାହିଁ ତାହା ମନ୍ତ୍ରୀଙ୍କ ଅବଗତି ନିମନ୍ତେ ପଠାଇବା ପାଇଁ ଜିଲାପାଳଙ୍କୁ କୁହାଯାଇଛି।
ସୂଚନାଯୋଗ୍ୟ ଯେ ରାଜସ୍ବ କାର୍ୟ୍ୟାଳୟରେ ବହୁ ପ୍ରକାର ସେବା ପ୍ରଦାନ କରାଯାଉଥିବା ବେଳେ ପ୍ରତ୍ୟେକ ଦିନ ଶତାଧିକ ଲୋକ ସେଠାକୁ ଆସିଥାନ୍ତି। ଏବେ ଧାନ ସଂଗ୍ରହ ପଞ୍ଜୀକରଣ ପାଇଁ ଚାଷୀଙ୍କର ଆରଆଇ କାର୍ୟ୍ୟାଳୟରେ କାମ ପଡୁଛି। ତେବେ ଅନେକ କାର୍ୟ୍ୟାଳୟରେ ସମ୍ପୃକ୍ତ ଅଧିକାରୀ କିମ୍ବା କର୍ମଚାରୀ ଅନୁପସ୍ଥିତ ଥିବାରୁ କାମ ହୋଇପାରୁ ନଥିବା ଅଭିଯୋଗ ହେଉଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ