ସମଲିଙ୍ଗୀ ବିବାହକୁ ଆଇନ ମାନ୍ୟତା ଦେବା ଆବେଦନ ଅଗ୍ରାହ୍ୟ

ନୂଆଦିଲ୍ଲୀ: ଭାରତରେ ସମଲିଙ୍ଗୀ ବିବାହକୁ ଆଇନ ମାନ୍ୟତା ଦେବା ପାଇଁ ହୋଇଥିବା ଆବେଦନ ଉପରେ ବଡ଼ ନିଷ୍ପତ୍ତି ନେଇଛନ୍ତି ସୁପ୍ରିମକୋର୍ଟ। ପୂର୍ବରୁ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ମନା କରି ଦେଇଥିଲେ। ଏହାକୁ ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।

ସେହି ସମୟରେ ସୁପ୍ରିମକୋର୍ଟ ଐତିହାସିକ ରାୟରେ କହିଥିଲେ ଯେ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ସମ୍ବିଧାନରେ କୌଣସି ବ୍ୟବସ୍ଥା ନାହିଁ। ଆଜି ସର୍ବୋଚ୍ଚ ଅଦାଲତ ପୁରୁଣା କଥାକୁ ଦୋହରାଇବା ସହ ପୂର୍ବ ରାୟରେ କୌଣସି ତ୍ରୁଟି ନଥିବା କହିଛନ୍ତି।ପୂର୍ବ ରାୟରେ ଦିଆଯାଇଥିବା ମତ ଆଇନ ଆଧାରରେ କରାଯାଇଥିଲା। ତେଣୁ ଆଉ ସେଥିରେ ହସ୍ତକ୍ଷେପ କରିବାର କୌଣସି କାରଣ ନାହିଁ। ଏହାର ଅର୍ଥ ରାୟକୁ ସୀମକ୍ଷା କରିବା ପାଇଁ ହୋଇଥିବା ସମସ୍ତ ରିଭ୍ୟୁ ପିଟିସନକୁ ଖାରଜ କରାଯାଉଛି।

ଆଜି ଜଷ୍ଟିସ ବିଆର ଗବାଇ, ଜଷ୍ଟିସ ସୂର୍ୟ୍ୟକାନ୍ତ, ଜଷ୍ଟିସ ବିଭି ନାଗରତ୍ନା, ଜଷ୍ଟିସ ପିଏସ୍‌ ନରସୀମା ଓ ଜଷ୍ଟିସ ଦୀପଙ୍କର ଦତ୍ତାଙ୍କ ଖଣ୍ଡପୀଠ ଚ୍ୟାମ୍ବର ମଧ୍ୟରେ ରିଭ୍ୟୁ ପିଟିସନ ଗୁଡ଼ିକୁ ଯାଞ୍ଚ କରିଥିଲେ। ଏହାର ଓପନ କୋର୍ଟ ଶୁଣାଣିରେ ଆବଶ୍ୟକ ନାହିଁ ବୋଲି ଖଣ୍ଡପୀଠ ରଖିଛନ୍ତି।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ