ସମ୍ବଲପୁରରେ ଖୋଲିବ ଓୟୁଏଟିର ଆଉ ଏକ କ୍ୟାମ୍ପସ୍

ଭୁବନେଶ୍ବର: ସମ୍ବଲପୁରରେ ଖୋଲିବ ଓୟୁଏଟିର ଆଉ ଏକ କ୍ୟାମ୍ପସ୍ । ଖୁବଶୀଘ୍ର ଏହା ଆରମ୍ଭ ହେବ । ବଲାଙ୍ଗିର ଓ ମୟୁରଭଞ୍ଜରେ ଖୋଲିବ କୃଷି ମହାବିଦ୍ୟାଳୟ । ସୋନପୁରରେ ଖୋଲିବ ଫିସରୀ କଲେଜ । ଏହି ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନସିଂହଦେଓ ।

ସାର ଅଭାବକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଭାରତ ଚାଇନାରୁ ଫସଫେଟ୍ ଓ ୟୁରିଆ ଆମଦାନୀ ବନ୍ଦ କରିଛି । ତେଣୁ କିଛି ସମୟ ପାଇଁ ମିଳିବାରେ ଅସୁବିଧା ଦେଖା ଦେଇଥିଲା । ରାଜ୍ୟରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଏନେଇ କେନ୍ଦ୍ର ଫର୍ଟିଲାଇଜର ମନ୍ତ୍ରୀ ଜେ.ପି. ନଡ୍ଡାଙ୍କୁ ଜଣାଇ ଚିଠି ଲେଖିଛନ୍ତି । ସାର ମିଳିବା ଆରମ୍ଭ ହୋଇଛି । ଖୁବ୍‌ଶୀଘ୍ର ଏହି ସମସ୍ୟାର ସମାଧାନ ହୋଇଯିବ । କେନ୍ଦ୍ରମନ୍ତ୍ରୀ ସାର ପଠାଇଛନ୍ତି । ଏବେ ଚାଷୀଙ୍କୁ ସାର ଦିଆ ଚାଲିଛି । ଏହାସହ ରାସାୟନିକ ସାର ବ୍ୟବହାର ନକରି ଜୈବିକ ସାର ବ୍ୟବହାର କରିବା ପାଇଁ ମଧ୍ୟ ଚାଷୀଙ୍କୁ ସେ ପରାମର୍ଶ ଦେଇଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ