ସମ୍ବଲପୁର ଚିଡିଆଖାନା ହେବ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ: ଧର୍ମେନ୍ଦ୍ର

ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭୋରରୁ ସମ୍ବଲପୁର ଚିଡିଆଖାନା ପରିଦର୍ଶନ କରିଛନ୍ତି । ଏହାସହ ଏହାକୁ ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ କରିବା ପାଇଁ ଯୋଜନା କରାଯିବ ବୋଲି କହିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଚିଡିଆଖାନାରେ ଜୀବ ଉଦ୍ୟାନ ଓ ଉଦ୍ଭିଦ ଉଦ୍ୟାନ ବୁଲିବା ସହ ସାଧାରଣ ଲୋକଙ୍କ ସହ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା କରିଥିଲେ । ସମ୍ବଲପୁର ଚିଡ଼ିଆଖାନାର ବିଭିନ୍ନ ସମସ୍ୟା ଓ ନୂଆ ଜୀବଜନ୍ତୁ ଅଣାଯିବା ନେଇ ଚିଡିଆଖାନା ବନ ବିଭାଗ ଓ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।
ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ସମ୍ବଲପୁର ଚିଡିଆଖାନାକୁ ନନ୍ଦନକାନନ ଢଙ୍ଗରେ ନୂଆ ରୂପ ଦେବା ପାଇଁ ଯୋଜନା ପ୍ରସ୍ତୁତ କରାଯିବ । ଏହାକୁ ବଡ କରିବା ସହ ପର୍ୟ୍ୟଟକଙ୍କ ସୁବିଧା ବଢାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ଆଲୋଚନା କରାଯିବ । ସହରରେ ପ୍ରକୃତି ପ୍ରତି ନୂଆପିଢିଙ୍କୁ ଆକୃଷ୍ଟ କରାଇବା ପାଇଁ ଉଦ୍ୟମ କରାଯିବ । ଚିଡିଆଖାନାକୁ ଆସୁଥିବା ପର୍ୟ୍ୟଟକଙ୍କୁ ଉତ୍ତମ ବ୍ୟବହାର ସହ ଚିଡ଼ିଆଖାନାର କର୍ମଚାର ମାନଙ୍କୁ ଭଲ ଭାବେ ତାଲିମ ଦେବା ପାଇଁ ପରାମର୍ଶ ଦେଇଥିଲେ ଧର୍ମେନ୍ଦ୍ର ପ୍ରଧାନ ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ‘ବିଶ୍ୱ ପରିବେଶ ଦିବସ’ ଅବସରରେ “ମା’ ପାଇଁ ଗଛଟିଏ” ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିନବ ଅଭିଯାନରେ ସାମିଲ ହେବା ପାଇଁ ସେ ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ସମ୍ବଲପୁରକୁ ସବୁଜ ସହରରେ ପରିଣତ କରାଯିବ । ଏଥିପାଇଁ ୩ ମାସରେ ୧ ଲକ୍ଷରୁ ଅଧିକ ଗଛ ଲାଗିବ । ବିଶ୍ୱ ପରିବେଶ ଦିବସ ଜୁନ୍‌ ୫ରୁ, ଜୁଲାଇ ଓ ଅଗଷ୍ଟ ମାସ ପର୍ୟ୍ୟନ୍ତ ଗଛ ଲାଗିବ । ଜିଲ୍ଲା ପ୍ରଶାସନ ଓ ବନ ବିଭାଗ ସହ ଏହି ଅଭିଯାନରେ ବହୁ ସାମାଜିକ ସଂଗଠନ, ବୁଦ୍ଧିଜୀବୀ, ମାତୃଶକ୍ତି, ସ୍କୁଲ କଲେଜର ଛାତ୍ରଛାତ୍ରୀମାନେ ସାମିଲ ହେବେ । ବୃକ୍ଷରୋପଣ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରାଯିବ । ଆମର ପରିବେଶକୁ ଆହୁରି ସ୍ୱଚ୍ଛ ଓ ସୁନ୍ଦର କରିବା ପାଇଁ ସମସ୍ତେ ଗୋଟିଏ ଗୋଟିଏ ଗଛ ଲଗାଇବା ସହ ତାର ଯତ୍ନ ନେବା ଦରକାର ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ