ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି: ଆଜିଠୁ ଲୋକସଭାରେ ହେବ ସ୍ଵତନ୍ତ୍ର ଡିବେଟ୍

ନୂଆଦିଲ୍ଲୀ: ସମ୍ବିଧାନର ୭୫ବର୍ଷ ପୂର୍ତ୍ତି ଅବସରରେ ଦୁଇ ଦିନ ଧରି ଲୋକସଭାରେ ହେବ ସ୍ଵତନ୍ତ୍ର ଡିବେଟ୍। ଆଜି ଓ ଶନିବାର ଲୋକସଭାରେ ବିଭିନ୍ନ ଦଳର ସାଂସଦ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କ ରେ ଭାଗନେଇ ନିଜର ମତ ରଖିବେ। ଏଥିପାଇଁ ବିଜେପି ଓ କଂଗ୍ରେସ ନିଜ ସଦସ୍ୟଙ୍କ ପାଇଁ ହ୍ବିପ୍ ଜାରି କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲୋକସଭାରେ ଚର୍ଚ୍ଚାର ଆରମ୍ଭ କରିବା ନେଇ ସୂଚନା ମିଳିଛି। ସବୁ ସଦସ୍ୟ ମତ ରଖି ସାରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ବିତର୍କରେ ଭାଗ ନେବେ। ଆଜି ଏବଂ ଶନିବାର ଲୋକସଭାରେ ଉପସ୍ଥିତ ରହିବାକୁ ସମସ୍ତ ସାଂସଦଙ୍କୁ ହ୍ବିପ୍ ଜାରି କରିଛନ୍ତି କଂଗ୍ରେସ ଏବଂ ବିଜେପି। ସେହିପରି ୧୬ ଏବଂ ୧୭ ତାରିଖରେ ରାଜ୍ୟସଭାରେ ବିତର୍କ ଅନୁଷ୍ଠିତ ହେବ । ରାଜ୍ୟସଭାରେ ବିତର୍କର ନେତୃତ୍ଵ ନେବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା। ୧୬ ରେ ଶାହା ଏବଂ ୧୭ରେ ଏହା ଉପରେ ରାଜ୍ୟସଭାରେ ମତ ରଖିବେ ପ୍ରଧାନମନ୍ତ୍ରୀ।

  • Related Posts

    ୧୨ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ

    ନୂଆଦିଲ୍ଲୀ : ପ୍ରକୃତିର ଅନ୍ୟତମ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ। ପୂର୍ଣ୍ଣ ସୂର୍ଯ୍ୟ ପରାଗ ପ୍ରଭାବରେ ୟୁରୋପ ଖୁବ୍ କମ୍ ସମୟ ପାଇଁ ଦିବାଲୋକରେ ଅନ୍ଧକାରମୟ ହୋଇଯିବ । ମହାକାଶର କିଛି କ୍ଷେତ୍ରରେ ୧ ମିନିଟ୍ରୁ ଟିକିଏ ଅଧିକ…

    Continue reading
    ଓଲଟିଲା ବସ୍, ୭ ମୃତ

    ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ଚମ୍ଵା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଶନିବାର ସକାଳେ ତୀସା-ବୈରାଗଡ଼ ରାସ୍ତାରେ ଚାଲୁଜ ବୁଲାଣି ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ