ସମ୍ବିଧାନ ବଞ୍ଚାଅ ମହାସମାବେଶ ଡବଲ ଇଂଜିନ ସରକାର ପାଇଁ କାଳ ହେବ : କଂଗ୍ରେସ

ଭୁବନେଶ୍ୱର : ଆସନ୍ତା ୧୧ ଜୁଲାଇ କଂଗ୍ରେସର ‘ସମ୍ବିଧାନ ବଞ୍ଚାଅ”, ମହାସମାବେଶରେ ଯୋଗଦେବା ପାଇଁ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓ ସଂଗଠନ ସାଧାରଣ ସମ୍ପାଦକ ଭେଣୁଗୋପାଳ ଭୁବନେଶ୍ବର ଆସୁଛନ୍ତି। ବୁଧବାର ମଧ୍ୟାହ୍ନରେ କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସର ବରିଷ୍ଠ ନେତାଙ୍କ ଗହଣରେ ପିସିସି ସଭାପତି ଭକ୍ତଚରଣ ଦାସ ଏହି ଗସ୍ତ କାର୍ୟ୍ୟକ୍ରମ ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସେମାନେ ସେଦିନ

୧୧ଟାରେ ଭୁବନେଶ୍ୱର ବିମାନ ବନ୍ଦର ରେ ପହଁଚିବେ। ବିମାନ ବନ୍ଦର ରୁ ସିଧା ବରମୁଣ୍ଡା ପଡିଆ ଯିବେ। ରାସ୍ତାରେ ବିଭିନ୍ନ ଛକରେ ରାହୁଲଙ୍କ ସ୍ୱାଗତ ପାଇଁ ରହିବେ କଂଗ୍ରେସ କର୍ମୀ। ମଧ୍ୟାହ୍ନ ୧୨ଟାରେ ସଭାରେ ଯୋଗ ଦେବେ। ସଭା ସରିବା ପରେ ଚାଷୀଙ୍କ ଦୁଇଟି ପ୍ରତିନିଧି ଦଲକୁ ସାକ୍ଷାତ କରିବାର କାର୍ୟ୍ୟକ୍ରମ ରହିଛି। ଅପରାହ୍ଣ ୩ଟାରେ କଂଗ୍ରେସ ଭବନରେ ବସିବ ବଡ଼ ବୈଠକ। ପ୍ରଥମେ ପଲିଟିକାଲ ଏଫାୟର୍ସ କମିଟି ସହ ବୈଠକ କରିବେ ରାହୁଲ ଓ ଏଆଇସିସି ସଭାପତି। ଏହା ପରେ ବିଧାୟକ ଓ ପିସିସି କାର୍ୟ୍ୟକର୍ତ୍ତାଙ୍କ ସହ ହେବ ଆଲୋଚନା। ସନ୍ଧ୍ୟା ୫ଟାରେ ଦିଲ୍ଲୀ ଫେରିଯିବେ।

ଶ୍ରୀ ଦାସ ଆହୁରି କହିଛନ୍ତି, ଦେଶର ସାମ୍ବିଧାନିକ ବିଧିବ୍ୟବସ୍ଥାକୁ କେନ୍ଦ୍ର ଦଳିମକଚି ନଷ୍ଟ କରିଦେଇଥିବା ବେଳେ ରାଜ୍ୟ ସରକାରଙ୍କ ପ୍ରଥମ ବର୍ଷ ପ୍ରତାରଣାର ପ୍ରତୀକ ପାଲଟିଛି। ରାଜ୍ୟ ସରକାର ଶ୍ରୀଜଗନ୍ନାଥ ସଂସ୍କୃତି ସହ ମଧ୍ୟ ଖେଳୁଛନ୍ତି। ପୂର୍ବତନ ସଭାପତି ନିରଂଜନ ପଟ୍ଟନାୟକ ରାହୁଲଙ୍କ ଆଗାମୀ ଗସ୍ତ ରାଜ୍ୟରେ କଂଗ୍ରେସକୁ ପୁଣି ବଳଶାଳୀ କରିବ ବୋଲି ଆଶାପ୍ରକାଶ କରିଥିବା ବେଳେ ଅନ୍ୟତମ ଦୁଇ ପୂର୍ବତନ ସଭାପତି ଶରତ ପଟ୍ଟନାୟକ ଓ ଜୟଦେବ ଜେନା ରାଜ୍ୟର ସ୍ବାର୍ଥ ଦୃଷ୍ଟିରୁ ଗଣମାଧ୍ୟମମାନେ ରାହୁଲଙ୍କ ଗସ୍ତର ବ୍ୟାପକ ପ୍ରଚାର ପ୍ରସାର କରିବା ପାଇଁ ଆହ୍ୱାନ ଦେଇଥିଲେ। ପୂର୍ବତନ ସଭାପତି ପ୍ରସାଦ ହରିଚନ୍ଦନ କଂଗ୍ରେସର ଐତିହ୍ୟ ସ୍ମରଣ କରାଇଦେଇଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ବେ ସରକାର ଖଣି ସେସ୍ ନ କରିବା ଦ୍ବାରା ରାଜ୍ୟ ଦୁଇ ଲକ୍ଷ କୋଟିର ଅଣରାଜସ୍ବ ଆୟ କାହା ସ୍ବାର୍ଥରେ ହରାଇଲେ ବୋଲି ପ୍ରଶ୍ନ କରିବା ସହ ପଛୁଆ ବର୍ଗ ପାଇଁ ଆବଶ୍ୟକ ସଂରକ୍ଷଣ ଲାଗୁ କରିବାକୁ ଦାବି କରିଥିଲେ। ନବନିଯୁକ୍ତ ମିଡିଆ ସେଲ ଅଧ୍ୟକ୍ଷ ଅରବିନ୍ଦ ଦାସ ମହାସମାବେଶକୁ ସଫଳ କରିବାକୁ ଆହ୍ବାନ ଦେଇଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ଧନ୍ୟବାଦ ଅର୍ପଣ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବହାନିପତି,ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ୍ ଦାଶ,ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର,ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଦୀର୍ଘ ଓ ଅଧିକ ଅର୍ଥପୂର୍ଣ୍ଣ ପଥ ବାଛିବାକୁ ‘ଜେନ୍‌ ଜି’ଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ‘ଜେନ୍‌ ଜି’ଙ୍କୁ ଶକ୍ତିଶାଳୀ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭବିଷ୍ୟତରେ ଆମକୁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପରି ଲକ୍ଷ ଲକ୍ଷ ଯୁବକଙ୍କ ଆବଶ୍ୟକତା ଅଛି। ସେ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇ କହିଛନ୍ତି…

    Continue reading
    ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ: ଜିଲ୍ଲା ଗସ୍ତରେ ଯିବେ ନବୀନ

    ଭୁବନେଶ୍ବର: ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଏବେଠାରୁ ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ । ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଥିବା ବେଳେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଜେଡି ପାଇଁ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ