ସମୟସୀମା ବୃଦ୍ଧି: ମାର୍ଚ୍ଚ ୨୨ ଯାଏ CPET ପରୀକ୍ଷା ଆବେଦନ

ଭୁବନେଶ୍ୱର : Common PG Entrance Test (CPET) ପରୀକ୍ଷା ପାଇଁ ଆବେଦନ କରିବାର ସମୟ ସୀମା ବୃଦ୍ଧି। ଆବେଦନର ସମୟ ସୀମାକୁ ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। CPET ପରୀକ୍ଷା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସାମ୍ସ (SAMS) ପୋର୍ଟାଲକୁ ଯାଇ ନିଜର ଫର୍ମ ପୂରଣ କରିପାରିବେ। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମସୟସୀମା ଅନୁସାରେ, CPET ପରୀକ୍ଷା ଆବେଦନ ପାଇଁ ମାର୍ଚ୍ଚ ୧୮ ତାରିଖ ଶେଷ ତାରିଖ ରହିଥିଲା। କିନ୍ତୁ, ଛାତ୍ରଛାତ୍ରୀମାନଙ୍କ ବୃହତ୍ତର ସ୍ୱାର୍ଥ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଆବେଦନର ସମୟସୀମାକୁ ବୃଦ୍ଧି କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ ଯେ, ୨୦୨୬-୨୭ ଶିକ୍ଷାବର୍ଷରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। CPET ପ୍ରବେଶିକା ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ଛାତ୍ରଛାତ୍ରୀମାନଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚୟନ କରାଯିବ।

ଏଥିସହ ଜୁଲାଇ ୧୦, ୨୦୨୬ ରିଖ ସୁଦ୍ଧା ସମସ୍ତ ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମକୁ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ ସ୍ନାତକୋତ୍ତର ପାଠ୍ୟକ୍ରମର ପାଠପଢ଼ା ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ