ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲାସ୍ତରୀୟ ପ୍ରଦର୍ଶନୀ ମେଳା ଉଦଘାଟିତ

ଦେବଗଡ଼:ଜିଲ୍ଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଜି ପ୍ରଧାନପାଟ ରୋଡସ୍ଥିତ କଲ୍ୟାଣ ମଣ୍ଡପରେ ଜିଲ୍ଲା ସ୍ତରୀୟ ପ୍ରଦର୍ଶନୀ ମେଳା ଉଦଘାଟିତ ହୋଇଯାଇଛି। ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି,ଏସପି କିଶୋର ଚନ୍ଦ୍ର ମୁଣ୍ଡ,ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ପୂର୍ବ ବିଧାୟକ ତଥା ସାଂସଦଙ୍କ ପ୍ରତିନିଧି ସୁବାସ ଚନ୍ଦ୍ର ପାଣିଗ୍ରାହୀ,ଭାରପ୍ରାପ୍ତ ପୌରାଧ୍ୟକ୍ଷ ପ୍ରଜିତ ଭୋଜ,ଜିଲ୍ଲା ବିଜେପି ସଭାପତି ଅରୁଣ ସାହୁ,ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ବିଧାୟକଙ୍କ ପ୍ରତିନିଧି ଚନ୍ଦ୍ରଶେଖର ଭୁକ୍ତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଜିଲ୍ଲାସ୍ତରୀୟ ପ୍ରଦର୍ଶନୀ ମେଳାକୁ ଉଦଘାଟନ କରିଥିଲେ।ରାଜ୍ୟ ସରକାରଙ୍କର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲାରେ ହୋଇଥିବା ବିକାଶ ଓ ଜିଲ୍ଲାର କେମିତି ଅଧିକ ବିକାଶ କରାଯାଇପାରିବ ସେ ସଂପର୍କରେ ଅତିଥିମାନେ ନିଜର ବକ୍ତବ୍ୟ ରଖିଥିଲେ। ପ୍ରଦର୍ଶନୀ ମେଳାରେ ବିଭିନ୍ନ ବିଭାଗର ୧୭ଟି ‌ଷ୍ଟଲ ଖୋଲା ଯାଇଛି।ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ଅଧିକାରୀ,ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ଓ ଜନସାଧାରଣ ଉପସ୍ଥିତ ଥିଲେ।

  • Related Posts

    SIR କାମ ଚାପରେ ଜୀବନ ହାରିଲେ ପ୍ରଧାନଶିକ୍ଷକ!

    ବୌଦ୍ଧ: ବୌଦ୍ଧ ଜିଲା ଡିମିରିଖୋଲ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। SIR କାମ ଚାପରେ ଜଣେ ପ୍ରଧାନଶିକ୍ଷକ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବୌଦ୍ଧ ଡିମିରିଖୋଲ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶୟନ ସାହୁ। ସେ SIR କାମରେ…

    Continue reading
    ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୩୨ ମୂଲ୍ୟବାନ ପ୍ଲଟ, ୨ ଫାର୍ମ ହାଉସ ଠାବ

    ଜୟପୁର : କୋରାପୁଟ କୋଟପାଡ଼ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟ ନାରାୟଣ ସେଠୀଙ୍କ ଅମାପ ସମ୍ପତ୍ତି। ମାଳ ମାଳ ପ୍ଲଟ୍, ବିଡା ବିଡ଼ା ଟଙ୍କା, ପୁଳା ପୁଳା ସୁନା ଗହଣା ଏବଂ ଗଣ୍ଡା ଗଣ୍ଡା ହାତୀ ମୂର୍ତ୍ତି। ଘରେ ରେଡ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ