ସରିଲା ହାତୀ ଗଣନା

ଭୁବନେଶ୍ବର :ସରିଲା ଶୀତକାଳୀନ ହାତୀ ଗଣନା । ଆଜି ସନ୍ଧ୍ୟାସୁଦ୍ଧା ହାତୀ ଗଣନାର ବିସ୍ତୃତ ରିପୋର୍ଟ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ପିସିସିଏଫ୍‌ ଡ. ସୁଶାନ୍ତ ନନ୍ଦ। ସେ କହିଛନ୍ତି ଯେ, ବିଭିନ୍ନ ବନଖଣ୍ଡରୁ ଆସିଥିବା ରିପୋର୍ଟକୁ ତର୍ଜମା କରାଯାଉଛି । ଯେଭଳି କୌଣସି ହାତୀ ଦୁଇ ଥର ଗଣତି ନହୁଏ ସେଥିପାଇଁ ଫିଲ୍ଡ ଡାଟା ସହ ତାଳମେଳ କରାଯାଉଛି । ଜିପିଏସ୍‌ ମାଧ୍ୟମରେ ହାତୀ ସଂଖ୍ୟା ନିର୍ଣ୍ଣୟ କରାଯାଉଛି। ଖରାଦିନେ ହୋଇଥିବା ଗଣନା ବେଳେ ଯେଉଁ ହାତୀଗୁଡ଼ିକ ଅଭୟାରଣ୍ୟ ଭିତରେ ଥିଲେ, ଏବେ ସେଗୁଡ଼ିକ ଜନବସତିମୁହାଁ ହୋଉଛନ୍ତି । ସେସବୁ ତଥ୍ୟ ଏକାଠି କରାଯାଉଛି । ଆଜି ସୁଦ୍ଧା ପ୍ରସ୍ତୁତ ହେବ ସମ୍ପୂର୍ଣ୍ଣ ରିପୋର୍ଟ । ଏହାପରେ ରାଜ୍ୟର ବିଭିନ୍ନ ଜଙ୍ଗଲରେ କେତେ ହାତୀ ଅଛନ୍ତି ଓ ଝାଡ଼ଖଣ୍ଡ, ଛତିଶଗଡ ଏବଂ ପଶ୍ଚିମବଙ୍ଗରୁ କେତେ ହାତୀ ରାଜ୍ୟକୁ ଆସିଛନ୍ତି ସେନେଇ ସଠିକ ତଥ୍ୟ ଆସିପାରିବ। ଗତଥର ଗଣନାରେ ରାଜ୍ୟରେ ୨ହଜାର ୯୮ଟି ହାତୀ ଥିବା ଜଣାପଡ଼ିଥିଲା ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ