ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଜ୍ବାଇଁଙ୍କ ଘରୁ ମିଳିଲା ୨୨ ଲକ୍ଷ ଟଙ୍କା

ଆଠମଲ୍ଲିକ: ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ। ଜୁନାଗଡ଼ ଡାକ୍ତରଖାନାରେ କାମ କରୁଥିବା ତାଙ୍କର ଜ୍ବାଇଁ ଡାକ୍ତର ତପନ ତ୍ରିପାଠୀଙ୍କ ଘରୁ ମିଳିଲା ନଗଦ ୨୨ ଲକ୍ଷ ଟଙ୍କା। ଏଭଳି ଘଟଣା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଆଠମଲ୍ଲିକ ବ୍ଲକରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ୟ୍ୟ କରୁଥିବା ରାମଚନ୍ଦ୍ର ଶତପଥୀଙ୍କର ୧୯ଟି ଜାଗାରେ ଚଢ଼ାଉ କରିଛି। ଢେଙ୍କାନାଳ ସମେତ, ଅନୁଗୁଳ, କଟକ ଓ ଭବାନୀପାଟଣାର ୯ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଆଜି ତାଙ୍କ କାର୍ୟ୍ୟାଳୟ ସହ ରାଜ୍ୟର ବିଭିନ୍ନ ସ୍ଥାନରେ ତାଙ୍କ ବାସଭବନ ଉପରେ ଏକକାଳୀନ ଚଢ଼ାଉ ଆରମ୍ଭ କରିଥିଲା । ଏହି କ୍ରମରେ ଢେଙ୍କାନାଳ ସହର ଗାୟତ୍ରୀ ନଗରସ୍ଥିତ ବାସଭବନ, ଆଠମଲ୍ଲିକ ବ୍ଲକ କାର୍ୟ୍ୟାଳୟ, ସରକାରୀ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଓ କଟକରେ ଚଢ଼ାଉ ଚାଲିଛି । ଆଜି ସକାଳେ ଭିଜିଲାନ୍ସ ଟିମ୍ ରାମଚନ୍ଦ୍ର ଶତପଥୀଙ୍କ ଜ୍ବାଇଁ ଜୁନାଗଡ଼ ଡାକ୍ତରଖାନାରେ କାମ କରୁଥିବା ଡାକ୍ତର ତପନ ତ୍ରିପାଠୀଙ୍କ ଘରୁ ନଗଦ ୨୨ ଲକ୍ଷ ଟଙ୍କା ଠାବ କରିଛି। ଏହି ଟଙ୍କା ତାଙ୍କର ନୁହେଁ ବରଂ ତାଙ୍କ ଶ୍ବଶୁର ରାମଚନ୍ଦ୍ର ଶତପଥୀଙ୍କର ବୋଲି ଡାକ୍ତର ତପନ ତ୍ରିପାଠୀ ଭିଜିଲାନ୍ସକୁ ସଫେଇ ଦେଇଥିବା କୁହାଯାଉଛି।
ଏଥିସହ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ଚଢ଼ାଉ ଚଳାଇଛି ଭିଜଲାନ୍ସ ଟିମ୍ । ଅଧିକ ତଦନ୍ତ ପାଇଁ ରାମଚନ୍ଦ୍ର ଶତପଥୀଙ୍କୁ ଢେଙ୍କାନାଳରୁ ଆଠମଲ୍ଲିକ ନେଇଛି ଭିଜିଲାନ୍ସ ଟିମ୍‌ । ସମୁଦାୟ ୯ଟି ଟିମ ଏକା ସହିତ ଚଢ଼ାଉ କରୁଛନ୍ତି, ରାମଚନ୍ଦ୍ରଙ୍କର ପ୍ରାୟ ୧୯ରୁ ଅଧିକ ଜାଗା ଥିବାର ସୂଚନା ମିଳିଛି । ଏହାସହ ଅନ୍ୟାନ୍ୟ ସମ୍ପତ୍ତି ବାବଦରେ ଖୋଳତାଡ଼ କରୁଛନ୍ତି ଭିଜିଲାନ୍ସ ଅଧିକାରୀ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ