ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର : ସଡକ ଓ ଗୃହ ନିର୍ମାଣ ଡିଭିଜନ୍‌ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି। ଭୁବନେଶ୍ୱରର ଗାଲେରିଆ ଓ ସିମ୍ଫୋନୀ ମଲ୍‌ ସମେତ ନୟାଗଡ଼ର ବିଭିନ୍ନ ସ୍ଥାନରେ ଏହି ତଲାସୀ ଚାଲିଛି। ଭୁବନେଶ୍ୱର ଭିଜିଲାନ୍ସର ମାନ୍ୟବର ବିଶେଷ ବିଚାରପତିଙ୍କ ୱାରେଣ୍ଟ ଆଧାରରେ ୭ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୧ ଜଣ ଏସଆଇ, ୧୧ ଜଣ ଏଏସଆଇ ଓ ଅନ୍ୟାନ୍ୟ ସହଯୋଗୀ କର୍ମଚାରୀ ଏହି ଅଭିଯାନରେ ଅଂଶଗ୍ରହଣ କରିଛନ୍ତି।

ଭିଜିଲାନ୍ସ ଟିମ୍‌ ରାଜକିଶୋର ଜେନାଙ୍କ ବାସଭବନ ଓ ସମ୍ପର୍କୀୟ ସ୍ଥାନଗୁଡ଼ିକରେ ସମ୍ପତ୍ତି ସମ୍ପର୍କିତ ଦଲିଲ ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରୁଛି। ତଦନ୍ତ ପ୍ରକ୍ରିୟା ଜାରି ରହିଛି ।

  • Garvita Odia

    Related Posts

    ବଳଙ୍ଗା ଘଟଣା, ଆଜି ଦିଲ୍ଲୀରୁ ଫେରିବ ତଦନ୍ତକାରୀ ଟିମ୍

    ଭୁବନେଶ୍ୱର: ବଳଙ୍ଗା ନାବାଳିକା ପୋଡ଼ି ଘଟଣା । ମଙ୍ଗଳବାର ଓଡ଼ିଶା ଫେରିବ ତଦନ୍ତକାରୀ ଟିମ୍‌ । ସୋମବାର ଦିନ ଏମ୍‌ସ ଯାଇ ପୀଡିତାଙ୍କ ବୟାନ ରେକର୍ଡ କରିଛି ତଦନ୍ତକାରୀ ଟିମ୍‌ । ୩୦ ମିନିଟ୍‌ ଧରି ପୀଡିତାଙ୍କୁ ପଚରାଉଚରା କରିଛି ତଦନ୍ତକାରୀ…

    ଏମ୍ସରେ ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ:ନର୍ସିଂ ଅଫିସର୍‌ ଗିରଫ

    ଭୁବନେଶ୍ବର: ଭୁବନେଶ୍ବର ଏମ୍ସ ହସ୍ପିଟାଲରେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ ଅଭିଯୋଗରେ ନର୍ସିଂ ଅଫିସର୍‌ ନାନୁ ରାମ ଚୌଧୁରୀଙ୍କୁ ଗିରଫ କରିଛି ଖଣ୍ଡଗିରି ଥାନା ପୋଲିସ । ଏନେଇ କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର ହସ୍ପିଟାଲର ନର୍ସିଂ ଅଫିସର୍‌…

    Leave a Reply

    Your email address will not be published. Required fields are marked *

    You Missed

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ବିମାନ ଚଳାଚଳ ନେଇ ରାଜ୍ୟସଭାରେ ଏହି ଦାବି କଲେ ମାନସ ମଙ୍ଗରାଜ

    ବିମାନ ଚଳାଚଳ ନେଇ ରାଜ୍ୟସଭାରେ ଏହି ଦାବି କଲେ  ମାନସ ମଙ୍ଗରାଜ

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା

    ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା

    ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି

    ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି