ସହଦେବ ନାୟକ ହତ୍ୟାକାଣ୍ଡ : ଆତ୍ମସମର୍ପଣ କଲା ମୁଖ୍ୟଅଭିଯୁକ୍ତ

ଭୁବନେଶ୍ୱର: ସହଦେବ ନାୟକ ହତ୍ୟାକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ରମା ନାୟକ ଗିରଫ । ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ ଆତ୍ମସମର୍ପଣ କରିଛି । ଆତ୍ମସମର୍ପଣ ପରେ ଗିରଫ କଲା ପୋଲିସ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା । ଜାନୁଆରୀ ୮ ତାରିଖରେ ସଫେଇ କର୍ମଚାରୀ ସହଦେଵ ନାୟକଙ୍କ ମୃତ୍ୟୁ ହୋଇଥିଲା । ରସୁଲଗଡ଼ ଓଭରବ୍ରିଜ ଉପରେ ସହଦେବଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଇଥିଲେ ଦୁର୍ବୁର୍ତ୍ତ । ପୋଲିସ ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିସାରିଛି । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବି କରି ଧାରଣାରେ ବସିଥିଲେ ସହଦେବଙ୍କ ପତ୍ନୀ । ମୁଖ୍ୟ ଅଭିଯୁକ୍ତ ଗିରଫ ନହେଲେ ବିଧାନସଭା ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଥିଲେ । ୪୦ ଦିନ ପରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛି । ଖୁବଶୀଘ୍ର ଅଭିଯୁକ୍ତ ଜଣଙ୍କୁ କୋର୍ଟଚାଲାଣ କରାଯିବ ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ