ସହମତିରେ ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ

କଟକ : ଦୁଇ ପ୍ରାପ୍ତବୟସ୍କଙ୍କ ମଧ୍ୟରେ ସହମତିରେ ହୋଇଥିବା ଶାରୀରିକ ସମ୍ପର୍କକୁ ପରେ ବଳାତ୍କାର ମାମଲାର ରୂପ ଦିଆଯାଇପାରିବ ନାହିଁ। ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଏହା କହିଛନ୍ତି । ଅଭିଯୁକ୍ତ ପଙ୍କଜ ଚୌଧୁରୀଙ୍କ ପକ୍ଷରୁ ଆଗତ ରିଟ୍‌ ଅପିଲ୍‌ର ଶୁଣାଣି କରି ହାଇକୋର୍ଟର ବିଚାରପତି ଜଷ୍ଟିସ ଏସ୍‌.କେ. ପାଣିଗ୍ରାହୀ ଏହି ରାୟ ଦେଇଛନ୍ତି । ଏହି ଅବସରରେ ଉଚ୍ଚ ନ୍ୟାୟାଳୟ ନିମ୍ନ ଅଦାଲତଙ୍କ ଦଣ୍ଡାଦେଶକୁ ରଦ୍ଦ କରିବା ସହ ଅଭିଯୁକ୍ତକୁ ଛାଡ଼ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାନୁଯାୟୀ, ଜଣେ ମହିଳାଙ୍କ ସ୍ୱାମୀ ୨୦୨୨ ମେ’ ୨୧ ବାଲିଯାତ୍ରା ଦେଖିବାକୁ ଯାଇଥିବା ସମୟରେ ଅଭିଯୁକ୍ତ ପଙ୍କଜ ଚୌଧୁରୀ ଘରେ ପଶି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଥିଲା । ଏ ନେଇ ପୀଡ଼ିତାଙ୍କ ସ୍ୱାମୀ ଥାନାରେ ଏତଲା ଦେଇଥିଲେ । ଏହି ଏତଲା ଆଧାରରେ ପୁଲିସ୍‌ ଅଭିଯୁକ୍ତକୁ ଗିରଫ ମଧ୍ୟ କରିଥିଲା । ଅଭିଯୁକ୍ତ ବିରୋଧରେ ବଳାତ୍କାର ମାମଲା ମଧ୍ୟ ରୁଜୁ ହୋଇଥିଲା । ଏହି ମାମଲାରେ ଜୟପୁରର ଅତିରିକ୍ତ ସେସନ୍ସ ଜଜ୍‌(ଫାଷ୍ଟ ଟ୍ରାକ) ସ୍ପେସାଲ କୋର୍ଟ ୨୦୨୫ ଜୁଲାଇରେ ପଙ୍କଜଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷର କାରାଦଣ୍ଡ ଶୁଣାଇଥିଲେ ।
ଏହି ଦଣ୍ଡାଦେଶ ବିରୋଧରେ ପଙ୍କଜ ଚୌଧୁରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଅଦାଲତ ବିଭିନ୍ନ ପକ୍ଷଙ୍କୁ ଶୁଣିବା ପରେ କହିଛନ୍ତି ଯେ, ମାମଲାର ପରିସ୍ଥିତିରୁ ଏହା ପରସ୍ପର ସହମତିରେ ହୋଇଥିବା ସମ୍ପର୍କ ପରି ଜଣାପଡ଼ୁଛି । ସହମତିରେ ହୋଇଥିବା ଶାରୀରିକ ସମ୍ପର୍କକୁ ପରବର୍ତ୍ତୀ ସମୟରେ ବଳାତ୍କାର ଆଖ୍ୟା ଦିଆଯାଇପାରିବ ନାହିଁ । ପୀଡ଼ିତାଙ୍କ ଶରୀରରେ କୌଣସି ଚିହ୍ନ କିମ୍ବା ଆଘାତ ମିଳିନଥିଲା ବୋଲି ମେଡିକାଲ ଅଫିସରଙ୍କ ସାକ୍ଷ୍ୟ ଦର୍ଶାଉଛି । ଘଟଣା ଘଟିବା ପରେ ବିଳମ୍ବରେ ଏଫ୍‌ଆଇଆର୍‌ ଦାଏର କରିବାରେ କୌଣସି ସନ୍ତୋଷଜନକ ଉତ୍ତର ଦିଆଯାଇ ପାରି ନାହିଁ । ଅନ୍ୟପକ୍ଷରେ ପୀଡ଼ିତା ନିଜେ ସ୍ୱୀକାର କରିଛନ୍ତି ଯେ ଅଭିଯୁକ୍ତ ଜଣକ ତାଙ୍କ ସ୍ୱାମୀଙ୍କ ପରିଚିତ ଥିଲେ ଏବଂ ସେମାନଙ୍କ ଘରକୁ ପ୍ରାୟତଃ ଯାତାୟାତ କରୁଥିଲେ । ମାମଲାର ସମସ୍ତ ଦିଗ ଏବଂ ସାକ୍ଷ୍ୟ ପ୍ରମାଣକୁ ଅନୁଧ୍ୟାନ କରିବା ପରେ ଅଦାଲତ ନିମ୍ନ ଅଦାଲତଙ୍କ ଦଣ୍ଡାଦେଶକୁ ରଦ୍ଦ କରିବା ସହ ଅଭିଯୁକ୍ତଙ୍କୁ ମୁକ୍ତ କରିଛନ୍ତି । ଅଭିଯୁକ୍ତଙ୍କ ପକ୍ଷରୁ ଆଇନଜୀବୀ ସୁବୋଧ କୁମାର ମହାନ୍ତି ମାମଲା ପରିଚାଳନା କରୁଥିଲେ ।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ