ସାଗରିକ ନାଥ ଏନ୍‌ଆଇଏ ଏସ୍‌ପି

ଭୁବନେଶ୍ବର: ସାଗରିକା ନାଥ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏସ୍‌ପି ଭାବେ ନିଯୁକ୍ତି ପାଇଛନ୍ତି। ୨୦୧୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଭାରତୀୟ ପୁଲିସ ସେବା (ଆଇପିଏସ୍‌) ଅଫିସର ସାଗରିକା ନାଥଙ୍କ ‘ଏନ୍‌ଆଇଏ’ରେ ଏସ୍‌ପି ନିଯୁକ୍ତି ନେଇ ଗୃହ ମନ୍ତ୍ରଣାଳୟର ସଚିବ ସଂଜୀବ କୁମାର ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଏହା ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ସାଗରିକାଙ୍କ ମୂଳ ଘର ଢେଙ୍କାନାଳ ଜିଲ୍ଲାରେ। ସେ କୋରାପୁଟ ଜିଲ୍ଲାର ଦାମନଯୋଡ଼ି ଦିଲ୍ଲୀ ପବ୍ଲିକ୍ ସ୍କୁଲ୍‌ରୁ ମାଟ୍ରିକ୍ ପାସ୍ କରିଥିଲେ। ବିଶାଖାପାଟଣାରେ ଯୁକ୍ତଦୁଇ ପଢ଼ିବା ପରେ ଭୁବନେଶ୍ୱରସ୍ଥିତ ସିଇଟିରୁ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂରେ ଡିଗ୍ରି ହାସଲ କରିଥିଲେ। ୟୁପିଏସ୍‌ସି ସିଭିଲ୍ ସର୍ଭିସେସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ୨୦୧୬ ମସିହାରେ ଭାରତୀୟ ପୁଲିସ ସେବାରେ ଯୋଗଦେଇଥିଲେ। ତାଙ୍କ ବାପା ପ୍ରଦୀପ କୁମାର ନାଥ ନାଲ୍‌କୋରେ ଡିଜିଏମ୍‌ ଥିଲେ। ଦାଦା ସୁଶାନ୍ତ ନାଥ ମଧ୍ୟ ଓଡ଼ିଶା କ୍ୟାଡର୍‌ ଆଇପିଏସ୍‌।
ଓଡ଼ିଆ ଆଇପିଏସ୍ ଅଧିକାରୀ ସାଗରିକା ନାଥ ପୁଲିସ ଚାକିରିରେ ନିଷ୍ଠାପର ସେବା ଓ ସାହସିକତା ପାଇଁ ସାରା ଓଡ଼ିଶାରେ ବେଶ୍‌ ଲୋକପ୍ରିୟ। କମିସନରେଟ୍‌ ପୁଲିସରେ ଥିବା ବେଳେ ନିଜର ଉତ୍ତମ ବ୍ୟବହାର ଓ ଟ୍ରାଫିକ୍‌ ନିୟକ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ଚର୍ଚ୍ଚାରେ ଥିଲେ।
ସାଗରିକା ନାଥ ବର୍ତ୍ତମାନ ଖୋର୍ଦ୍ଧା ଏସ୍‌ପି ଭାବେ କାର୍ୟ୍ୟ କରୁଛନ୍ତି। ଏହା ପୂର୍ବରୁ ସେ ବାଲେଶ୍ବର ଏବଂ ସୁନ୍ଦରଗଡ଼ରେ ଏସ୍‌ପି ଭାବେ କାମ କରି ପ୍ରଶଂସାର ପାତ୍ରୀ ହୋଇଥିଲେ। ୩୭ ବର୍ଷୀୟା ଓଡ଼ିଆ ଆଇପିଏସ୍ ଅଧିକାରୀ ସାଗରିକା ନାଥ ପୁଲିସ ଚାକିରିରେ ନିଷ୍ଠାପର ସେବା ଓ ସାହସିକତା ପାଇଁ ସାରା ଓଡ଼ିଶାରେ ବେଶ୍‌ ଲୋକପ୍ରିୟ। କମିସନରେଟ୍‌ ପୁଲିସରେ ଥିବା ବେଳେ ନିଜର ଉତ୍ତମ ବ୍ୟବହାର ଓ ଟ୍ରାଫିକ୍‌ ନିୟକ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ଚର୍ଚ୍ଚାରେ ଥିଲେ।

  • Related Posts

    ୧୫ ତାରିଖ ଯାଏଁ ବଢ଼ିଲା ଇଗ୍ନୋର ନାମଲେଖା ଅବଧି

    ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଇଗ୍ନୋ)ରେ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ଆସନ୍ତା ୧୫ ତାରିଖକୁ ବୃଦ୍ଧି ପାଇଛି । ଏବେ ସମସ୍ତ ପ୍ରୋଗ୍ରାମରେ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଚାଲିଛି । ନାମ ଲେଖାଇବାକୁ ଚାହୁଁଥିବା ଅନୁସୂଚିତ ଜାତି…

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ଭୁବନେଶ୍ୱର: ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହାର ମାମଲାର ଶୁଣାଣି ଆଜି ଟ୍ରିବୁ୍ୟନାଲରେ ହେବାକୁ ଥିବାବେଳେ ତାହା ଏବେ ଆସନ୍ତା ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଛି । ଉଭୟ…

    Leave a Reply

    Your email address will not be published. Required fields are marked *

    You Missed

    ୧୫ ତାରିଖ ଯାଏଁ ବଢ଼ିଲା ଇଗ୍ନୋର ନାମଲେଖା ଅବଧି

    ୧୫ ତାରିଖ ଯାଏଁ ବଢ଼ିଲା ଇଗ୍ନୋର ନାମଲେଖା ଅବଧି

    କଂଗ୍ରେସର ଦାବି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇସ୍ତଫା ଦିଅନ୍ତୁ

    କଂଗ୍ରେସର ଦାବି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇସ୍ତଫା ଦିଅନ୍ତୁ

    ସାଗରିକ ନାଥ ଏନ୍‌ଆଇଏ ଏସ୍‌ପି

    ସାଗରିକ ନାଥ ଏନ୍‌ଆଇଏ ଏସ୍‌ପି

    ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ ମାମଲା: ପୂର୍ବତନ ସାଂସଦଙ୍କୁ ଆଜୀବନ ଜେଲ୍‌

    ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ ମାମଲା: ପୂର୍ବତନ ସାଂସଦଙ୍କୁ ଆଜୀବନ ଜେଲ୍‌

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି