ପୁରୀ: ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ହେବ। ଏହାକୁ ଦୃଷ୍ଟିରେ ରଖି ଛତିଶା ନିଯୋଗର ପରାମର୍ଶକ୍ରମେ ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ୟ୍ୟ। ଆସନ୍ତା ୯ ତାରିଖ ଠାରୁ ୧୫ ତାରିଖ ପର୍ୟ୍ୟନ୍ତ ସାତ ଦିନ ଧରି ରତ୍ନଭଣ୍ଡାର ସଂରକ୍ଷଣ ତଥା ମରାମତି କାର୍ୟ୍ୟ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।
୧୦ ପର୍ଯ୍ୟନ୍ତ କାଳବୈଶାଖୀ
ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…




