ସାନଭାଇକୁ ହାଣିଲା ବଡ଼ଭାଇ

ଭୋଗରାଇ: ପୂର୍ବ ଶତ୍ରୁତାରୁ ସାନଭାଇକୁ ଅତି ବିଭତ୍ସ ଭାବରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି । ବାଲେଶ୍ଵର ଜିଲ୍ଲା ଭୋଗରାଇ ଥାନା ଅଧୀନ ଅନଳିଆ ପଞ୍ଚାୟତର ମାନକୁଣ୍ଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ହେଉଛନ୍ତି ମାନକୁଣ୍ଡା ଗ୍ରାମର ସ୍ୱର୍ଗତ ଗୌରାଙ୍ଗ ମଣ୍ଡଳଙ୍କ ମଝିଆ ପୁଅ ନିମାଇଁ ମଣ୍ଡଳ (୫୦ବର୍ଷ) ।ଅଭିଯୋଗ ଅନୁଯାୟୀ, ଗୁରୁବାର ରାତି ପ୍ରାୟ ୧୨ଟା ସମୟରେ ବଡ଼ଭାଇ ନିଆଁସ ମଣ୍ଡଳ ନିଜ ସାନଭାଇ ନିମାଇଁକୁ କୌଣସି କାରଣରୁ ଘରୁ ଡାକି ନେଇଥିଲେ । ପରେ ନିମାଇଁ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ । ହେଲେ ତାଙ୍କର କୌଣସି ପତ୍ତା ମିଳିନଥିଲା । ତେବେ ଆଜି ସକାଳେ ନିଆଁସଙ୍କ ଘର ସମ୍ମୁଖରେ ନିମାଇଁଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡ଼ିଥିବା ଗାଁଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରେ ଖବରପାଇ ଭୋଗରାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି । ଅନ୍ୟପକ୍ଷରେ ଉକ୍ତ ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ।

  • Related Posts

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ବନ୍ଦୋବସ୍ତ କାର୍ୟ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା । ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ବୁଧବାର ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ।…

    ଜଳିଗଲେ ଆଉ ଜଣେ ଛାତ୍ରୀ

    ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଜଳି ଯାଇଛନ୍ତି ଜଣେ ଛାତ୍ରୀ। ଘର ଭିତରୁ ମିଳିଛି ଛାତ୍ରୀଙ୍କ ଜଳନ୍ତା ମୃତଦେହ। ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଜାଳି ଦେଇଛି ନା…

    Leave a Reply

    Your email address will not be published. Required fields are marked *

    You Missed

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ