ସାପକାମୁଡ଼ାରେ ପୁଅ ମୃତ, ବାପା ଗୁରୁତର

ଦେବଗଡ଼: ସାପକାମୁଡ଼ାରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ୍‌ ଝରାଗୋଗୁଆ ପଞ୍ଚାୟତ ତିଳେଇମାଳ ଗାଁରେ ପୁଅର ମୃତ୍ୟୁ ଘଟିଥିବା ବେଳେ ବାପା ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସୂଚନା ଅନୁସାରେ, ତିଳେଇମାଳର ରାମଚନ୍ଦ୍ର କିଷାନଙ୍କ ପରିବାର ଲୋକେ ରବିବାର ରାତିରେ ଖାଇପିଇ ବାରଣ୍ଡାରେ ଶୋଇଥିଲେ। ସୋମବାର ସକାଳେ ରାମଚନ୍ଦ୍ର ତାଙ୍କ ପୁଅ ନୀତେଶ (୨ ମାସ)କୁ ଉଠାଇବାକୁ ଯାଇଥିଲେ। ହେଲେ ଶିଶୁଟି ଚେତାଶୂନ୍ୟ ଥିଲା। ସେ ଘୋଡ଼େଇ ହୋଇଥିବା ଚାଦରକୁ ରାମଚନ୍ଦ୍ର କାଢ଼ି ଦେବାରୁ ଭିତରେ ଥିବା ଏକ ବିଷଧର ସାପ ରାମଚନ୍ଦ୍ରଙ୍କୁ ଚୋଟ ମାରିଥିଲା। ପରିବାର ଲୋକେ ଉଭୟଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନନେଇ ଝଡ଼ାଫୁଙ୍କା କରାଇଥିଲେ। ରାମଚନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ଗୁରୁତର ହେବାରୁ ଗାଁର କିଛି ଯୁବକ ତାଙ୍କୁ ବୁଝାସୁଝା କରି ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେତେବେଳକୁ ଶିଶୁଟିର ମୃତ୍ୟୁ ହୋଇ ସାରିଥିଲା। ଖବର ପାଇ ଲଇମୁରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ