
ସମ୍ପ୍ରତି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ୩୦ରୁ ୪୦ କିମି ବେଗରେ ଝଡ଼ତୋଫାନ ସହ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି ।








