ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

ଭୁବନେଶ୍ୱର : ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଧିନ ଧୀରୁକୁଟୀ ବସ୍ତିରେ ଜଣେ ନବବିବାହିତଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି । ଝିଅଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।

ଖବର ଅନୁଯାୟୀ, ଅନ୍ଧାରୁଆ ଅଞ୍ଚଳର ତୁପ୍ତିମାଲା ନାୟକ ନାମକ ଜଣେ ମହିଳା ୭ ମାସ ତଳେ ଧୀରୁକୁଟ ବସ୍ତିର ବିକ୍ରମ ନାୟକଙ୍କୁ ବିବାହ କରିଥିଲେ । ତୁପ୍ତି ତାଙ୍କ ସ୍ୱାମୀଙ୍କ ସହିତ ଭୁବନେସ୍ୱର ଧୀରୁକୁଟ ବସ୍ତିରେ ଥିବା ଶାଶୁ ଘରେ ରହୁଥିଲେ । ହେଲେ ହଠାତ୍‌ ଶନିବାର ରାତିରେ ତୁପ୍ତିଙ୍କ ଘରକୁ ଫୋନ୍ କରି ଶାଶୁ ଘର କହିଥିଲେ କି ଆପଣଙ୍କ ଝିଅ ରଶି ଲଗାଇ ଦେଇଛି । କୌଣସି କାରଣ ନଥାଇ ତୃପ୍ତି କାହିଁକି ଆତ୍ମହତ୍ୟା କରିବେ ସନ୍ଦେହ କରି ପରିବା ଲୋକ ମଞ୍ଚେଶ୍ୱର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ତାଙ୍କ ଝିଅଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ସେପଟେ ପରିବାର ଲୋକଙ୍କ ଅଭିଯୋଗ ପରେ ମଞ୍ଚେଶ୍ୱର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

  • Related Posts

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…

    ଯୁବତୀଙ୍କୁ ଉଠାଇ ନେଲେ

    ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ