ସାମ୍ବାଦିକଙ୍କ କଲ୍ୟାଣ ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା

ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ସାମ୍ବାଦିକମାନଙ୍କ ସହ ସେମାନଙ୍କର ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଲୋଚନା କରିଛନ୍ତି। ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ, ଗଣତାନ୍ତ୍ରିକ ରାଷ୍ଟ୍ରରେ ମୁଦ୍ରିତ, ବୈଦ୍ୟୁତିକ ଓ ସାମାଜିକ ଗଣମାଧ୍ୟମଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛନ୍ତି। ଓଡ଼ିଶାରେ ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ଗଣମାଧ୍ୟମ ପ୍ରତିନିଧିମାନେ ଯେଉଁ ଯେଉଁ ଦାବି ଉପସ୍ଥାପନ କରିଛନ୍ତି, ସେ ସମ୍ପର୍କରେ ଅଧିକ ବିଚାରବିମର୍ଶ ପୂର୍ବକ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରତିଶ୍ରୁତି ଦେଇଛନ୍ତି। ସାମ୍ବାଦିକମାନଙ୍କ ପାଇଁ ସୁରକ୍ଷା ଆଇନ ପ୍ରଣୟନ କରାଯିବା, ବରିଷ୍ଠ ସାମ୍ବାଦିକଙ୍କ ନିମନ୍ତେ ପେନ୍‌ସନ୍‌ ବ୍ୟବସ୍ଥା, ସାମ୍ବାଦିକମାନଙ୍କୁ ଅଧିସ୍ୱୀକୃତି ପ୍ରଦାନ କରାଯିବା, ସାମ୍ବାଦିକ କଲ୍ୟାଣ ପାଣ୍ଠିରେ ରହିଥିବା ବ୍ୟବସ୍ଥା ଅନୁସାରେ ସାମ୍ବାଦିକ ଓ ସେମାନଙ୍କର ପରିବାରଙ୍କୁ ପ୍ରଦାନ କରାଯାଉଥିବା ସୁବିଧା ସମ୍ପର୍କରେ ଏହି ବୈଠକରେ ଆଲୋଚନା ହୋଇଥିଲା। ଲୋକସେବା ଭବନକୁ ପ୍ରବେଶ ପାଇଁ ଆବେଦନ କରୁଥିବା ସାମ୍ବାଦିକଙ୍କୁ ପରିଚୟ ପତ୍ର ପ୍ରଦାନ କିପରି ଶୀଘ୍ର ଓ ସରଳୀକରଣ ହୋଇପାରିବ ସେ ସଂପର୍କରେ ବିଭାଗକୁ ପରାମର୍ଶ ଦିଆଯାଇଥିଲା।

ସରକାରଙ୍କ ପ୍ରଚାରପ୍ରସାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସମାନୁପାତିକ ହାରରେ ପ୍ରକାଶ ପାଉଥିବା ବିଭିନ୍ନ ଦୈନିକ ଓ ସାପ୍ତାହିକ ସମ୍ବାଦପତ୍ରଗୁଡ଼ିକୁ ବିଜ୍ଞାପନ ପ୍ରଦାନ କରାଯିବା ସଂପର୍କରେ ଆଲୋଚନା କରାଯାଇଥିଲା। ସ୍ୱାସ୍ଥ୍ୟ ବୀମାରେ ରହିଥିବା ବିଭିନ୍ନ ସୁବିଧା, ସହାୟତା ଓ ପ୍ରକ୍ରିୟା ସଂପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଅବଗତ କରାଯିବା ପାଇଁ ସଂପୃକ୍ତ ବୀମା କମ୍ପାନିର ତୃତୀୟ ପକ୍ଷ ସଂସ୍ଥା(ଟିପିଏ) ସହିତ ଏକ ବୈଠକ ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି। ବୈଠକରେ ଶିଳ୍ପ, ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଅନୂଜ କୁମାର ଦାସପଟ୍ଟନାୟକ ଓ ବିଭାଗୀୟ ନିର୍ଦ୍ଦେଶକ(ବୈଷୟିକ) ଗୁରବୀର ସିଂ ଉପସ୍ଥିତ ଥିଲେ।

ପ୍ରକାଶଥାଉ କି, ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରୟାସରେ ରାଜ୍ୟର ମୋଟ୍‌ ୭୪୮୬ ଜଣ ସାମ୍ବାଦିକଙ୍କୁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ୨୦୨୧-୨୦୨୪ ବର୍ଷ ମଧ୍ୟରେ ସମୁଦାୟ ୮୦ ଜଣ ମୃତ ସାମ୍ବାଦିକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ପ୍ରଦାନ କରାଯାଇଛି। କୋଭିଡ୍‌ରେ ପ୍ରାଣ ହରାଇଥିବା ୪୯ ଜଣ ସାମ୍ବାଦିକଙ୍କ ପରିବାରକୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୧୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ଭାଗବତ ତ୍ରିପାଠୀ, ସନତ ମିଶ୍ର, ପୀତବାସ ମିଶ୍ର ଓ ପ୍ରଦ୍ୟୁମ୍ନ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ