ସାମ୍ବାଦିକମାନଙ୍କୁ ସୁରକ୍ଷା ଆମର ଦାୟିତ୍ୱ : ଧର୍ମେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାରେ ସାମ୍ବାଦିକ ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ୟ୍ୟରେ ଗୁରୁ ଦାୟିତ୍ୱ ନିର୍ବାହ କରୁଛନ୍ତି । ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କର ବି ଦାୟିତ୍ୱ ଅଛି । ଏହି ସାମ୍ବାଦିକ ବନ୍ଧୁମାନଙ୍କର ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା ସହ ସେମାନଙ୍କୁ ବିଧିବିଦ୍ଧ ଭାବରେ ମାନ୍ୟତା ପ୍ରଦାନ କରିବା ତଥା ପେନସନ ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଓଡ଼ିଶା ସାମ୍ବାଦିକ ୟୁନିୟନ(ଓୟୁଜେ)ର ୫୩ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ସାମ୍ବାଦିକମାନଙ୍କ ସ୍ୱାର୍ଥ, ସୁରକ୍ଷା ଓ ସଂଘର୍ଷକୁ ସବୁବେଳେ ଗୁରୁତ୍ୱ ଦେଇ ଆସୁଥିବା ଓଡ଼ିଶା ସାମ୍ବାଦିକ ୟୁନିୟନର କାର୍ୟ୍ୟ ପ୍ରଶଂସନୀୟ । ଆମ ଦେଶର ସମ୍ବିଧାନର ଗୌରବମୟ ୭୫ ବର୍ଷ ପୂର୍ତ୍ତି ହୋଇଛି । ତେବେ ସମ୍ବିଧାନ ପ୍ରଣୟନ ହେବା ପରେ ଦେଶରେ ପ୍ରଥମ କରି ଯେଉଁ ନିର୍ବାଚନ ହୋଇଥିଲା, ତାହା ପୂର୍ବରୁ ସମ୍ବିଧାନ ସଂଶୋଧନ କରାଗଲା । ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ସମ୍ବିଧାନର ସଂଶୋଧନ କରାଇଥିଲେ, ଯାହାର ବଡ ଶିକାର ହୋଇଥିଲେ ସାମ୍ବାଦିକ । ବାକ୍ ସ୍ୱାଧୀନତାକୁ ସଂଶୋଧନ କରାଗଲା, ଯେଉଁ ସଂଶୋଧନ ଥିଲା ସମାଲୋଚନାରୁ ବଞ୍ଚିବା ପାଇଁ ।

ଶ୍ରୀ ପ୍ରଧାନ ଆହରି କହିଛନ୍ତି ଯେ ଆମ ଦେଶ ହେଉଛି ଗଣତାନ୍ତ୍ରିକ ରାଷ୍ଟ୍ର । ଏହି ଗଣତନ୍ତ୍ରର କିଛି ସର୍ତ୍ତ ଅଛି । ସର୍ତ୍ତ ହେଉଛି ୫ ବର୍ଷରେ ଥରେ ଜନପ୍ରତିନିଧିଙ୍କ ପାଇଁ ପରୀକ୍ଷା ସଦୃଶ ନିର୍ବାଚନ ହେବ । ସମସ୍ତ ଜନପ୍ରତିନିଧିମାନେ ଗଣତନ୍ତ୍ରର ପୂଜାରୀ । ଅନେକ କଳ୍ପନା ଓ ଯୋଜନାକୁ ନେଇ ସେମାନେ ସମାଜ ପାଖକୁ ଯାଆନ୍ତି । ତେବେ ତାହା ଠିକ୍ ନା ଭୁଲ ତାହାକୁ ଦେଖାଇବାର ଦାୟିତ୍ୱ ସାମ୍ବାଦିକମାନଙ୍କର । ଜନପ୍ରତିନିଧିଙ୍କ କଥାର ନିର୍ଣ୍ଣୟ ସମାଜ କରିବ । ମାତ୍ର ଆଜି ଦଳେ ଲୋକ ସତ୍ୟକୁ ସାମ୍ନା କରିବାର ସାହସ ରଖୁନାହାନ୍ତି । ହାରିଲେ ଇଭିଏମକୁ ଦୋଷ ଦେଉଛନ୍ତି । ପ୍ରଜାତନ୍ତ୍ରକୁ ସମ୍ମାନ ଦେବା ଆମର କର୍ତ୍ତବ୍ୟ । ଏହିପରି ଭାବରେ ଗତ ନିର୍ବାଚନରେ ଓଡ଼ିଆ ଅସ୍ମିତା ଓ ଓଡ଼ିଆ ଲୋକଙ୍କ ସୁରକ୍ଷା ପାଇଁ ନିର୍ବାଚନ ଥିଲା । ଓଡ଼ିଆ ଲୋକ ଜିତିବ ନା ହାରିବ, ତାହା ହିଁ ଥିଲା ମୂଳ ପ୍ରସଙ୍ଗ, ଯେଉଁଥିରେ ସାମ୍ବାଦିକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ତେବେ ଗଣତନ୍ତ୍ରରେ କୌଣସି ବିଜୟ ସ୍ଥାୟୀ ନୁହେଁ । ସ୍ଥାୟୀ ବିଜୟ ଦୀର୍ଘକାଳୀନ ହେଲେ ସ୍ୱେଚ୍ଛାଚାରିତା ବଢିଯିବ । ଓଡ଼ିଶାରେ ଶାସନ କ୍ଷମତା ପରିବର୍ତ୍ତନ କରାଇବାରେ ସାମ୍ବାଦିକମାନଙ୍କର ଭୂମିକା ରହିଥିଲା । ସାମ୍ବାଦିକମାନଙ୍କୁ ସତ କହିବା ସହ ସମାଲୋଚନା କରିବା ଏବଂ ଜଣେ ଜଣେ ସାହସୀ ହେବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ