ସାର ଉପଲବ୍ଧତାର ସ୍ଥିତି ସମୀକ୍ଷା କଲେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନଠାରେ ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦିପ ବଳ ସାମନ୍ତଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଚଳିତ ସେପ୍ଟେମ୍ବର ମାସରେ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ଚାଷୀମାନଙ୍କୁ ଯୋଗାଇ ଦିଆଯିବ । ଏହି ସମସ୍ତ ସାର ମାର୍କଫେଡ୍ ଜରିଆରେ ପାକ୍ସ/ଲ୍ୟାମ୍ପସ୍ ମାଧ୍ୟମରେ ଚାଷୀମାନଙ୍କୁ ମିଳିବ । ଶତ ପ୍ରତିଶତ ଅର୍ଥାତ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ମାର୍କଫେଡ୍ ଜରିଆରେ କେବଳ ବଣ୍ଟନ ହେବ । ଏହା ଦ୍ଵାରା ଚାଷୀମାନେ ୟୁରିଆ ସାର ପାଇବାରେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ସରକାର ଶୃଙ୍ଖଳିତ ସାର ଯୋଗାଣ ବ୍ୟବସ୍ଥାକୁ ଗୁରୁତ୍ଵ ଦେଉଛନ୍ତି ବୋଲି ଏହି ବୈଠକରେ ମାନ୍ୟବର ମନ୍ତ୍ରୀ ପ୍ରକାଶ କରିଥିଲେ । ଆସନ୍ତା ଖରିଫ୍ ଋତୁ ପୂର୍ବରୁ ମାର୍କଫେଡ୍‌ ଅଧୀନରେ ଥିବା ଗୋଦାମର କ୍ଷମତା ବୃଦ୍ଧି ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପାକ୍ସ / ଲାମ୍ପସଠାରୁ ସୂଚନା ଆଣି ଆବଶ୍ୟକତା ଅନୁସାରେ ଆଗୁଆ ସାର ମହଜୁଦ ରଖିବାକୁ ପଦକ୍ଷେପ ଗ୍ରହଣ କରିବା ପାଇଁ ମାନ୍ୟବର ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହି ବୈଠକରେ ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ, କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ୍‌ ସକ୍ସେନା, ମାର୍କଫେଡର ପରିଚାଳନା ନିର୍ଦ୍ଦେଶକ ସନ୍ତୋଷ କୁମାର ନାୟକ, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

    ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ…

    Continue reading
    ବ୍ଲକସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ

    ଦେବଗଡ଼: ବାରକୋଟସ୍ଥିତ ଡାକବଙ୍ଗଳାରେ ଆଜି ବ୍ଲକ୍‌ସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବାରକୋଟଠାରେ ନିର୍ମିତ ଶବ ବ୍ୟବଚ୍ଛେଦ ଗୃହ କାର୍ଯ୍ୟକ୍ଷମ କରିବା, ଉଭୟ ବ୍ଲକ୍‌ ଓ ବଣେଇ ଛକରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ