ସାହାରା ଜମାକାରୀଙ୍କୁ ୫୦୦୦ କୋଟି ଫେରସ୍ତ ମିଳିବ

ନୂଆଦିଲ୍ଲୀ,14/09: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ସାହାରା ଇଣ୍ଡିଆର ଜମାକାରୀମାନଙ୍କୁ ଆଉ ୫ ହଜାର କୋଟି ଟଙ୍କା ଫେରସ୍ତ ମିଳିବ। ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ସାହାରା ଗ୍ରୁପ୍‌ ପକ୍ଷରୁ ଜମା କରାଯାଇଥିବା ପ୍ରାୟ ୨୫ ହଜାର କୋଟି ରାଶିରୁ ୫ ହଜାର କୋଟି ଟଙ୍କା ପ୍ରଦାନ କରିବା ପାଇଁ ବିଚାରପତି ସୂର୍ଯ୍ୟକାନ୍ତ ଓ ବିଚାରପତି ଜୟମାଲ୍ୟ ବାଗ୍‌ଚୀଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ସାହାରା ଗ୍ରୁପ୍ ଅଫ୍ କୋଅପରେଟିଭ୍‌ ସୋସାଇଟିର ଜମାକାରୀମାନଙ୍କୁ ଏହି ଅର୍ଥ ଫେରସ୍ତ କରାଯିବ, ଯାହା ସାହାରା-ସେବି ରିଫଣ୍ଡ୍‌ ଖାତାରୁ କେନ୍ଦ୍ରୀୟ ସମବାୟ ସମିତି ନିବନ୍ଧକଙ୍କୁ ଦିଆଯିବ। ଆବଶ୍ୟକ ଯାଞ୍ଚ ପରେ କେନ୍ଦ୍ରୀୟ ସମବାୟ ସମିତି ନିବନ୍ଧକ ଏହି ଅର୍ଥ ଜମାକାରୀମାନଙ୍କୁ ପ୍ରଦାନ କରିବେ। ସୁପ୍ରିମକୋର୍ଟର ୨୦୨୩ ମାର୍ଚ୍ଚ ଆଦେଶରେ ଦିଆଯାଇଥିବା ପ୍ରକ୍ରିୟା ଅନୁରୂପ ଏହା ସମ୍ପାଦିତ ହେବ। ଏଥିସହିତ ୨୦୨୩ ଡିସେମ୍ବରରେ ଆବଣ୍ଟିତ ୫୦୦୦ କୋଟି ଟଙ୍କାର ବିତରଣ ପାଇଁ ଅନ୍ତିମ ତାରିଖ ୨୦୨୫ ଡିସେମ୍ବର ୩୧ରୁ ବୃଦ୍ଧି କରି ୨୦୨୬ ଡିସେମ୍ବର ୩୧ କରାଯାଇଛି।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ