ସିଏମ୍‌-କିଷାନର ପଞ୍ଚମ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜନ୍ମାଷ୍ଟମୀରେ ଚାଷୀଙ୍କୁ ବଡ଼ ଭେଟି। ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଯୋଜନାର ପଞ୍ଚମ କିସ୍ତି । ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଯୋଜନା ମାଧ୍ୟମରେ ରାଜ୍ୟର ୪୧ ଲକ୍ଷରୁ ଅଧିକ କ୍ଷୁଦ୍ର, ନାମମାତ୍ର, ବିଶେଷ ଭାବେ ଅନୁନ୍ନତ ଜନଜାତି ସମୂହ ଏବଂ ଭୂମିହୀନ କୃଷକ ପରିବାର ପ୍ରତ୍ୟକ୍ଷ ଭାବେ ଉପକୃତ ହେବେ । ମୋଟ ୮୩୩ କୋଟିରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି ।
ଏହି ଆର୍ଥିକ ସହାୟତା ରାଜ୍ୟର ଚାଷୀ ମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ସହିତ କୃଷି କାର୍ଯ୍ୟରେ ପ୍ରୋତ୍ସାହିତ କରିବ । ରାଜ୍ୟସ୍ତରୀୟ ସିଏମ୍ କିଷାନ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗ ଦେଇଛନ୍ତି । ଏହା ପୂର୍ବରୁ ଜନ୍ମାଷ୍ଟମୀ ପାଇଁ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି ।

ସେହିଭଳି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ସରକାରଙ୍କ ଅନ୍ୟ ମନ୍ତ୍ରୀମାନେ ଯୋଗଦେଇ ସିଏମ୍-କିଷାନ କିସ୍ତି ପ୍ରଦାନ କରିଛନ୍ତି । ସିଏମ୍ କିଷାନ ଯୋଜନାର ଟଙ୍କା ବାଣ୍ଟିବା କାର୍ଯ୍ୟକ୍ରମରେ ଖୋର୍ଦ୍ଧାରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଢ଼େଙ୍କାନାଳରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, କଳାହାଣ୍ଡିରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗଞ୍ଜାମରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, କଟକରେ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, କେନ୍ଦୁଝରରେ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ଭଦ୍ରକରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଯାଜପୁରରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ପୁରୀରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଜଗତସିଂହପୁରରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ସିଏମ୍ କିଷାନ ଯୋଜନାର ଟଙ୍କା ବାଣ୍ଟିବା କାର୍ଯ୍ୟକ୍ରମରେ ଉପସ୍ଥିତ ରହିଛନ୍ତି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ