ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ସାକ୍ଷାତ୍ ଆଲୋଚନା

ଶିକ୍ଷା, ଦକ୍ଷତା ବିକାଶ, ଷ୍ଟାର୍ଟ-ଅପ୍ ଏବଂ ଗବେଷଣା କ୍ଷେତ୍ରରେ ଅଗ୍ରଣୀ ହେବ ଭାରତ – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, ସେପ୍ଟେମ୍ବର ୦୪: ଭାରତ ଓ ସିଙ୍ଗାପୁର ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ମଜଭୂତ୍ କରିବା ଦିଗରେ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ମଧ୍ୟରେ ଏକ ଫଳପ୍ରଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ଓ ସିଙ୍ଗାପୁରର ଦ୍ୱିପାକ୍ଷିକ ସହଯୋଗରେ ଶିକ୍ଷା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ । ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଏଥର ବିଶେଷ ହୋଇଛି, କାରଣ ଚଳିତବର୍ଷ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କର ଷାଠିଏ ବର୍ଷ ପୂରଣ ହୋଇଛି । ବୈଠକରେ ସ୍କୁଲ ଶିକ୍ଷା, ଉଚ୍ଚଶିକ୍ଷା, ଧନ୍ଦାମୂଳକ ଶିକ୍ଷା,ଗବେଷଣା, ନବସୃଜନ ଏବଂ ଉଦ୍ୟମିତା କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉପରେ ଚର୍ଚ୍ଚା ହୋଇଛି । ଶିକ୍ଷକଙ୍କ କାପାସିଟି ବିଲଡିଂ, ଗବେଷଣା ଦକ୍ଷତା ଏବଂ କ୍ଷମତା ବୃଦ୍ଧି, ଦକ୍ଷତା ଇକୋସିଷ୍ଟମକୁ ସୁଦୃଢ଼ ​​କରିବା ଉପରେ ମଧ୍ୟ ଉଭୟ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ସେହିପରି ଛାତ୍ରଛାତ୍ରୀମାନଙ୍କୁ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଏବଂ ସମୃଦ୍ଧ ପରିବେଶ ପ୍ରଦାନ କରିବା ଉଦ୍ଦେଶ୍ୟରେ ଆମ ଉଭୟ ଦେଶର ଉଚ୍ଚଶିକ୍ଷା ପ୍ରତିଷ୍ଠାନ ମଧ୍ୟରେ ଅଧିକ ଷ୍ଟୁଡେଣ୍ଟ୍ ଏକ୍ସଚେଞ୍ଜକୁ ସୁଗମ କରିବା ପାଇଁ ଏକାଠି କାମ କରିବା ଦିଗରେ ସମ୍ମତି ପ୍ରକାଶ କରିଛନ୍ତି । ଶିକ୍ଷା, ଦକ୍ଷତା ବିକାଶ, ଷ୍ଟାର୍ଟ-ଅପ୍ ଏବଂ ଅଗ୍ରଣୀ ଗବେଷଣା କ୍ଷେତ୍ରରେ ଭାରତ – ସିଙ୍ଗାପୁର ସହଯୋଗକୁ ଉଚ୍ଚ ସ୍ତରକୁ ନେବା ଦିଗରେ ସିଙ୍ଗାପୁର ପିଏମଙ୍କ ନିରନ୍ତର ପ୍ରଚେଷ୍ଟାକୁ ଶ୍ରୀ ପ୍ରଧାନ ପ୍ରଶଂସା କରିଛନ୍ତି ।

  • Related Posts

    ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

    ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା,…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

    ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ