ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

କଟକ: ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଦେଶର ଦୁଇ ପ୍ରମୁଖ ପରୀକ୍ଷା ପରିଚାଳନା ସଂସ୍ଥା ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ପରିଚାଳନା ଟେକନିକ ଅନୁଯାୟୀ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଓଟିଇଟି ପରୀକ୍ଷାରେ ବିଭ୍ରାଟ ହେବା ପରେ ଏହି ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ସଂସ୍ଥାର ଟେକନିକ ଅନୁଧ୍ୟାନ କରାଯାଇଛି। ଆସନ୍ତା ୨୭ ତାରିଖରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଡିଜି ଲକର, ବକ୍ସ, ଟ୍ରଙ୍କରେ ପ୍ରଶ୍ନପତ୍ର ପୁଲିସ ସହାୟତାରେ ଯିବ। ଜିଲ୍ଲାପାଳ, ଏସପି ଓ ଡିଇଓଙ୍କ ସହାୟତାରେ ହେବ ପରୀକ୍ଷା। ୧୯୩ ଟି କେନ୍ଦ୍ରରେ ପରୀକ୍ଷା ହେବ। ସେପ୍ଟେମ୍ବର ୧୭ ତାରିଖରୁ ଆଡ଼ମିଟ କାର୍ଡ ହେବ ଉପଲବ୍ଧ।
ଶ୍ରୀକାନ୍ତ ତରାଇ କହିଛନ୍ତି, ଓଟିଇଟି ପରୀକ୍ଷାରେ ବିଭ୍ରାଟ ହେବା ପରେ ଏହି ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ସଂସ୍ଥାର ଟେକନିକ ଅନୁଧ୍ୟାନ କରାଯାଇଛି। ଆସନ୍ତା ୨୭ ତାରିଖରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଡିଜି ଲକର, ବକ୍ସ, ଟ୍ରଙ୍କରେ ପ୍ରଶ୍ନପତ୍ର ପୁଲିସ ସହାୟତାରେ ଯିବ। ଜିଲ୍ଲାପାଳ, ଏସପି ଓ ଡିଇଓଙ୍କ ସହାୟତାରେ ହେବ ପରୀକ୍ଷା। ୧୯୩ ଟି କେନ୍ଦ୍ରରେ ପରୀକ୍ଷା ହେବ। ସେପ୍ଟେମ୍ବର ୧୭ ତାରିଖରୁ ଆଡ଼ମିଟ କାର୍ଡ ହେବ ଉପଲବ୍ଧ। ୨୭ ଯାଏ ଆଡ଼ମିଟ କାର୍ଡ ନେଇ ପାରିବେ ପରୀକ୍ଷାର୍ଥୀ। ପୂର୍ବରୁ ଏଭଳି କଥା ଜାଣି ନ ପରିବାରୁ ଓଟିଇଟିରେ ଏଭଳି ବଡ଼ ଅଘଟଣ ହୋଇଥିଲା। ପରୀକ୍ଷା ପରିଚାଳନାରେ ଯେଉଁମାନେ ଅଛନ୍ତି, ସେମାନଙ୍କ ଉପରେ ବି ନଜର ରହିଛି। ୨୭ରେ ହିଁ ହେବ ପରୀକ୍ଷା। ଯାହା ପ୍ରଶ୍ନପତ୍ର ପ୍ୟାଟର୍ନ ରହିଥିଲା ସେହି ଅନୁଯାୟୀ ଏବଂ ସେହି ସେଣ୍ଟରରେ ପରୀକ୍ଷା ହେବ। ବ୍ୟବସ୍ଥାରେ ଆହୁରି କିଛି ନୂଆ କଥା ଯୋଡ଼ାଯାଇଛି। ତାହା ପରବର୍ତ୍ତୀ ପର୍ୟ୍ୟାୟରେ ଅବଗତ କରାଯିବ।

  • Related Posts

    ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ

    ୧୦/୦୪/୨୬,ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ…

    Continue reading
    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ