ସୀମା ମେହେର ଜାତୀୟ ସରସ ମେଳାରେ ପାଇଲେ ତୃତୀୟ ପୁରସ୍କାର

ଭୁବନେଶ୍ୱର :ନୂଆଦିଲ୍ଲୀରେ ଆୟୋଜିତ ଜାତୀୟସ୍ତରୀୟ ସରସ ମେଳା – ୨୦୨୫ର ଉଦଯାପନ ଅବସରରେ ହସ୍ତତନ୍ତ ଷ୍ଟଲ ବର୍ଗରେ ସମ୍ବଲପୁର ଜିଲ୍ଲାର ମା’ ଗଜଲକ୍ଷ୍ମୀ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା ଶ୍ରୀମତୀ ସୀମା ମେହେର ତୃତୀୟ ସ୍ଥାନ ଗ୍ରହଣ କରି ପୁରସ୍କୃତ ହୋଇଛନ୍ତି । ଏହି ଜାତୀୟସ୍ତରୀୟ ଉପଲବ୍ଧି ପାଇଁ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସୋସିଆଲ ମିଡିଆ ମାଧ୍ୟମରେ ଶ୍ରୀମତୀ ମେହେରଙ୍କ ସହିତ ଗୋଷ୍ଠୀର ସମସ୍ତ ସଦସ୍ୟା, ମିଶନ ଶକ୍ତି ବିଭାଗ, ଓଡ଼ିଶା ଜୀବିକା ମିଶନ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗ ଏବଂ ସମ୍ବଲପୁର ଜିଲ୍ଲା ପ୍ରଶାସନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଚଳିତ ମାସ ୫ ରୁ ୨୨ ତାରିଖ ଯାଏଁ ନୂଆଦିଲ୍ଲୀରେ ଜାତୀୟ ସରସ ମେଳା ୨୦୨୫ ଆୟୋଜିତ ହୋଇଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦିଗଦର୍ଶନରେ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ବିଭାଗର ସହଭାଗିତାରେ ଜାତୀୟ ସରସ ମେଳାରେ ଓଡିଶାରୁ ୭ଟି ଷ୍ଟଲ ଯଥା ହସ୍ତତନ୍ତ ବର୍ଗରେ ୩ଟି ଷ୍ଟଲ, ହସ୍ତଶିଳ୍ପ ବର୍ଗରେ ପଟ୍ଟଚିତ୍ର ୧ଟି ଓ ସବାଇ ଉତ୍ପାଦ ୧ଟି ଷ୍ଟଲ, ପ୍ୟାକେଜ ଫୁଡ଼ ପ୍ରଡକ୍ଟର ୧ଟି ଷ୍ଟଲ ଓ ଲାଇଭ ଫୁଡର ୧ଟି ସ୍ଟଲଲ ସ୍ଥାନ ପାଇଥିଲା । ଏହି ୭ଟି ଷ୍ଟଲରେ ସ୍ଵୟଂ ସହାୟକ ଗୋଷ୍ଠୀ ୪୮୬୦ ଉତ୍ପାଦ ବିକ୍ରି କରିବା ସହ ୧୫ ଲକ୍ଷରୁ ଉର୍ଦ୍ଧ୍ଵ ବ୍ୟବସାୟ କରିଛନ୍ତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ