ସୁଜାତାଙ୍କ ଛୁଟି ଆବେଦନକୁ ଖାରଜ କଲେ ମୋହନ ସରକାର, ୬ମାସ ମାଗିଥିଲେ ଛୁଟି

ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ ବୃଦ୍ଧି ପାଇଁ କରିଥିବା ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି। ଏହାସହିତ ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୨୭ରୁ ଚାକିରିରେ ଯୋଗ ଦେବା ପାଇଁ ପରାମର୍ଶ ଦେଇଛନ୍ତି। ନିଜ ସନ୍ତାନର ଯତ୍ନ ନେବା ଦର୍ଶାଇ ସୁଜାତା ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ଛୁଟି ମାଗିଥିଲେ,ଯାହାକୁ ତତକାଳୀନ ମୁଖ୍ୟ ସଚିବ ଅନୁମୋଦନ କରିଥିଲେ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି । ସୁଜାତା ନଭେମ୍ବର ୨୭ରୁ ଆଉ ୬ମାସ ପାଇଁ ଛୁଟିରେ ଯିବାକୁ ଗତ ନଭେମ୍ବର ୪ତାରିଖରେ ମୁଖ୍ୟ ସଚିବଙ୍କୁ ଲିଖିତ ଅନୁରୋଧ କରିଥିଲେ । ତାଙ୍କୁ ଅଧିକ ଛୁଟି ଦେବା ପାଇଁ ସରକାର ରାଜି ନଥିବା ନେଇ ସୁଜାତାଙ୍କୁ ଲିଖିତ ଭାବେ ଶ୍ରୀ ମହାନ୍ତି ସ୍ପଷ୍ଟ କରିବା ସହ ନଭେମ୍ବର ୨୭ରୁ କାର୍ଯ୍ୟରେ ଯୋଗ ଦେବାକୁ କହିଛନ୍ତି ।

ଉଲ୍ଲେଖଯୋଗ୍ୟ, ନବୀନ ପଟ୍ଟନାୟକ ସରକାରରେ ବିଜେଡିର ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା ଅଖଣ୍ଡ ପ୍ରଭାବର ଅଧିକାରିଣୀ ଥିଲେ । ତେବେ ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ସୁଜାତା ଛୁଟିରେ ପଳାଇଥିବା ନେଇ ୨୦୨୪ ଜୁନ୍ ୬ ତାରିଖରେ ସାଧାରଣ ପ୍ରଶାସନ ବିଭାଗର ଚିଠିରୁ ଜଣାପଡ଼ିଥିଲା । ସୁଜାତାଙ୍କୁ ପିଛିଲା ଭାବେ ମେ’ ୩୧ତାରିଖରୁ ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ୧୮୦ ଦିନର ଛୁଟି(ସନ୍ତାନର ଯତ୍ନ ପାଇଁ) ଅନୁମତି ଦିଆଯାଇଥିଲା । ଏହି ଛୁଟି ଅବଧି ମଧ୍ୟରେ ସୁଜାତାଙ୍କୁ ସମ୍ପୂର୍ଣ୍ଣ ଦରମା ମଧ୍ୟ ମିଳୁଥିଲା । ସର୍ବଭାରତୀୟ ସେବା ରୁଲସ-୧୯୫୫ର ରୁଲ-୧୮(ଘ)ରେ ଥିବା ପ୍ରାବଧାନ ଆଧାରରେ ସେ ତାଙ୍କ ଝିଅର ଦଶମ ପରୀକ୍ଷା ପାଇଁ ରାଜ୍ୟ ସରକାରଙ୍କୁ ଛୁଟି ଆବେଦନ କରିଥିଲେ । ଯାହାକୁ ତତକାଳୀନ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଅନୁମୋଦନ କରିଥିଲେ । ସାଧାରଣ ନିର୍ବାଚନବେଳେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ସୁଜାତାଙ୍କୁ ମିଶନ ଶକ୍ତି ସଚିବ ପଦରୁ ହଟାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିଲା ।

ସୁଜାତା ଆସନ୍ତାକାଲି ତାଙ୍କ କାର୍ଯ୍ୟରେ ଯୋଗ ଦେଉଛନ୍ତି କି ନାହିଁ ତାକୁ ନେଇ ବିଜେଡି ନେତାମାନଙ୍କ ସମେତ ଗଣମାଧ୍ୟମ ଓ ପ୍ରଶାସନିକ କଳରେ ଚର୍ଚ୍ଚା ଜୋର ଧରିଛି

Related Posts

‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଛି

ଭୁବନେଶ୍ୱର: ଓଡ଼ିଶାର ପ୍ରମୁଖ ଦୁଗ୍ଧ ସମବାୟ ସଂସ୍ଥା ‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଦେଇଛି । ନୂଆଦିଲ୍ଲୀର ପ୍ରସିଦ୍ଧ ପ୍ରଗତି ମୈଦାନସ୍ଥିତ ‘ଭାରତ ମଣ୍ଡପମ୍’ଠାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଏକ୍ସପୋରେ ଓମ୍‌ଫେଡ୍ ସମଗ୍ର ଦେଶରେ ଶ୍ରେଷ୍ଠ…

Continue reading
ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି

ବିଶାଖାପାଟଣା: ଭାରତୀୟ ନୌସେନାରେ ସାମିଲ ହେଲା ‘INS ମହେନ୍ଦ୍ରଗିରି’ । ହିନ୍ଦ ମହାସାଗର ଏବଂ ଇଣ୍ଡୋ-ପାସିଫିକ୍ କ୍ଷେତ୍ରରେ ବଢୁଥିବା ରଣନୀତିକ ତିକ୍ତତା ଓ ଗ୍ଲୋବାଲ ଚ୍ୟାଲେଞ୍ଜ ମଧ୍ୟରେ ଭାରତୀୟ ନୌସେନାର ଶକ୍ତି ଆହୁରି ବୃଦ୍ଧି ପାଇଛି । ଶନିବାର ବିଶାଖାପାଟଣା ନେଭାଲ…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ