ସୁଜିତ ରାଉଳଙ୍କ ଜାମିନ ଆବେଦନ ଖାରଜ

କଟକ: ଚୌଦ୍ବାର ସର୍କଲ ଜେଲର ପୂର୍ବତନ ଅଧୀକ୍ଷକ ସୁଜିତ କୁମାର ରାଉଳଙ୍କ ଜାମିନ ଆବଦେନ ଖାରଜ । କଟକ ଜିଲ୍ଲା ଅତିରିକ୍ତ ଦୌରା ଜଜ ତଥା ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତରେ ସୁଜିତ କୁମାର ରାଉଳଙ୍କ ଜାମିନ ଆବଦେନ ଖାରଜ ହୋଇଛି । ଜେଏମଏଫସି ଅଦାଲତରେ ଜାମିନ ଖାରଜ ହେବା ପରେ ସେ ନିୟମିତ ଜାମିନ ଲୋଡ଼ି ଦୌରା ଅଦାଲତରେ ଆବେଦନ କରିଥିଲେ।ପୂର୍ବରୁ ସୁଜିତ ରାଉଳଙ୍କୁ ଆଗୁଆ ଜାମିନ ଦେବାକୁ ମନା କରିଥିଲେ ହାଇକୋର୍ଟ । ଚୌଦ୍ୱାର ସର୍କଲ ଜେଲ୍‌ର ମିନିଟ ବୁକ ରେକର୍ଡରେ ଜାଲିଆତି ଓ ହେରଫେର ଅଭିଯୋଗରେ ଗିରଫ ହୋଇଥିବା ତତ୍କାଳୀନ ସିନିୟର ସୁପରିଣ୍ଟେଣ୍ଡେଣ୍ଟ ସୁଜିତ କୁମାର ରାଉଳଙ୍କ ଜାମିନ ଆବେଦନ ଖାରଜ ହୋଇଛି।
ଅଭିଯୁକ୍ତ ସୁଜିତ ରାଉଳ ଜଣେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ହୋଇଥିବା ବେଳେ ଅଭିଯୋଗକାରୀ ଜେଲର ତାଙ୍କ ଅଧୀନସ୍ଥ ଅଧିକାରୀ। ତଦନ୍ତ ଏବେ ପ୍ରାରମ୍ଭିକ ପର୍ଯ୍ୟାୟରେ ଥିବାରୁ ଅଭିଯୁକ୍ତ ପ୍ରମାଣ ନଷ୍ଟ କରିବା କିମ୍ବା ସାକ୍ଷୀଙ୍କୁ ପ୍ରଭାବିତ କରିବାର ସମ୍ଭାବନା ଥିବା ଦର୍ଶାଇ ସୁଜିତ ରାଉଳଙ୍କୁ ଜାମିନ ଦେବାକୁ କୋର୍ଟ ମନା କରିଛନ୍ତି। ଅନ୍ୟପଟେ ଅଭିଯୁକ୍ତଙ୍କ ପକ୍ଷରୁ ସେ ନିର୍ଦ୍ଦୋଷ ଓ ମିଥ୍ୟା ମାମଲାରେ ଫସାଯାଇଥିବା କୋର୍ଟରେ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ତାଙ୍କ ଅସୁସ୍ଥତା ଏବଂ ପରିବାରର ଏକମାତ୍ର ଉପାର୍ଜନକାରୀ ହୋଇଥିବା କଥା ମଧ୍ୟ କୋର୍ଟଙ୍କୁ ଦର୍ଶାଇଥିଲେ ଆବଦେନକାରୀଙ୍କ ଓକିଲ।

ଅଭିଯୋଗ ଅନୁଯାୟୀ, ଗତବର୍ଷ ୨ ଅକ୍ଟୋବର ୨୦୨୫ରେ ଚୌଦ୍ୱାର ଜେଲ୍‌ରୁ ଦୁଇ ବିହାରୀ ବିଚାରାଧୀନ କଏଦୀ ଫେରାର ହୋଇଥିଲେ। ଏହା ପରେ ଦାୟିତ୍ୱ ଏଡ଼ାଇବା ଉଦ୍ଦେଶ୍ୟରେ ଜେଲ୍‌ର ଗେଟ୍ ଇନ୍-ଆଉଟ୍ ରେଜିଷ୍ଟର, ସୁପରିଣ୍ଟେଣ୍ଡେଣ୍ଟଙ୍କ ମିନିଟ୍ ବୁକ୍ ଓ ଅନ୍ୟାନ୍ୟ ରେକର୍ଡରେ ହେରଫେର କରାଯାଇଥିବା ଅଭିଯୋଗ ରହିଥିଲା। ଏପରିକି ତତ୍କାଳୀନ ଜେଲରଙ୍କ ଦସ୍ତଖତ ଜାଲ କରାଯାଇଥିବା ମଧ୍ୟ ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଥିଲା । ତଦନ୍ତ ସମୟରେ ଅଭିଯୁକ୍ତଙ୍କ ସଂପୃକ୍ତି ମିଳିଥିବା ଦର୍ଶାଇ ପୁଲିସ ତାଙ୍କୁ ୨୧ ସେପ୍ଟେମ୍ବର ଗିରଫ କରି କୋର୍ଟ ଚାଲାଣ କରିଥିଲା।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ