ସୁନାବେଡ଼ା ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ୱର : ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । କୋରାପୁଟରେ ସୁନାବେଡ଼ାରେ ଘଟିଥିବା ଦୁର୍ଘଟଣାରେ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ସହ ଆହତଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । କୋରାପୁଟ ଜିଲ୍ଲା ସୁନାବେଡ଼ା ଥାନା ହାଲ୍‌ ଗେଷ୍ଟ ହାଉସ୍‌ ନିକଟରେ ଦୁଇଟି କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ କାର୍‌ରେ ଥିବା ଲୋକଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ବାକି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ବାକି କିଛି ଲୋକ ଆହତ ଥିବା ଜଣାପଡିଛି । ତେବେ ଦୁର୍ଘଟଣା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ମୃତାହତଙ୍କ ପରିବାର ପ୍ରତି ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ଘୋଷଣା କରିଥିବା ବେଳେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହାସହ ସେମାନଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ