ସୁନାରେ ଝଲସିଲେ ମହାପ୍ରଭୁ

ପୁରୀ:ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଲୀଳା ଶେଷକରି ବାହୁଡିଛନ୍ତି ମହାପ୍ରଭୁ।ପବିତ୍ର ସୁନାବେଶ ଅବସରରେ ଶନିବାର ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା ମହଣ ମହଣ ସୁନାର ଅଳଙ୍କାରରେ ସଜ୍ଜିତ ହୋଇ ଦୁର୍ଲ୍ଲଭ ସୁନାବେଶ ଧାରଣ କରିଛନ୍ତି । ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡ଼ା ଯାତ୍ରା ପରେ ରଥ ଉପରେ ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି।

ସୁନାର ମୁକୁଟ, ହାତ, ପାଦ, ଛାତି ଓ ବିଭିନ୍ନ ଦିବ୍ୟ ଅଳଙ୍କାରରେ ସୁସଜ୍ଜିତ ତିନି ଠାକୁରଙ୍କ ଅପୂର୍ବ ରୂପ ଦେଖି ଭକ୍ତମାନେ ଭାବବିହ୍ୱଳ ହୋଇଛନ୍ତି । ଏହି ଦୁର୍ଲ୍ଲଭ ବେଶ ବର୍ଷକୁ ମାତ୍ର ଥରେ ହୋଇଥିବାରୁ ଏହାର ଧାର୍ମିକ ଓ ଆଧ୍ୟାତ୍ମିକ ମହତ୍ତ୍ୱ ରହିଛି।ସୁନାବେଶ ଅବସରରେ ବଡ଼ଦାଣ୍ଡରେ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଥିଲା। ଦେଶର ବିଭିନ୍ନ ପ୍ରାନ୍ତ ସହ ବିଦେଶରୁ ମଧ୍ୟ ଭକ୍ତମାନେ ମହାପ୍ରଭୁଙ୍କ ଦିବ୍ୟ ବେଶ ଦର୍ଶନ ପାଇଁ ପୁରୀରେ ପହଞ୍ଚିଛନ୍ତି ।

ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ସୁବ୍ୟବସ୍ଥିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ ସୁରକ୍ଷା, ଗହଳି ନିୟନ୍ତ୍ରଣ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ୧୩ହଜାର ପୁଲିସ ଫୋର୍ସ, ୨୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବାହିନୀ, ପ୍ରାୟ ୨ହଜାର ପୁଲିସ ଅଧିକାରୀ ନିୟୋଜିତ ହୋଇଥିଲେ। ୨୩ ଆଇପିଏସ୍‌‌ ଅଧିକାରୀଙ୍କୁ ସୁରକ୍ଷା ବ୍ୟବସ୍ଥା ତଦାରଖ ଦାୟିତ୍ୱ ଦିଆଯାଇଛି।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ