ସୁନ୍ଦରଗଡ଼ ପାଇଁ ବଡ଼ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁନ୍ଦରଗଡ଼ରେ ଝଲସିବ ବିକାଶର ସୁନେଲି କିରଣ । ଜିଲ୍ଲା ପାଇଁ ବଡ଼ ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜିଲ୍ଲାର ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ସହ ଭିତ୍ତିଭୂମିକୁ ସୁଦୃଢ କରିବା ସହ ସୁନ୍ଦରଗଡ଼ର ବିକାଶ ପାଇଁ ୩୧୨ କୋଟିରୁ ଅଧିକ ଟଙ୍କାର ବ୍ୟୟ ଅଟକଳରେ ୨୮୮ଟି ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ ସହ ୮୦୮ କୋଟି ୩୦ ଲକ୍ଷ ୧୫ ହଜାର ବ୍ୟୟ ଅଟକଳରେ ୬୯୨ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସିନ୍ଦରଗଡ଼ ଜିଲ୍ଲାରେ ‘ସୁଭଦ୍ରା ଯୋଜନାର’ର ପ୍ରଥମ କିସ୍ତିର ତୃତୀୟ ପର୍ୟ୍ୟାୟ ସହାୟତା ରାଶି ପ୍ରଦାନ କାର୍ୟ୍ୟକ୍ରମରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ସହ ମଞ୍ଚରୁ ସିଧାସଳଖ ପୂର୍ବ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ।ସୁନ୍ଦରଗଡ଼ ଜିଲ୍ଲାର ଅସୁରକ୍ଷିତ ପୋଷଣ ଅଞ୍ଚଳରେ ଜିଲ୍ଲା ସାମାଜିକ କଲ୍ୟାଣ ବିଭାଗ ପକ୍ଷରୁ ୬ ମାସରୁ ୩ ବର୍ଷ ଶିଶୁଙ୍କ ପାଇଁ ଜିଲ୍ଲାରେ ୭୬୧ଟି କଳିକା କେନ୍ଦ୍ର ସ୍ଥାପନ କରାଯିବ । ଏହାଦ୍ବାରା ଜିଲ୍ଲାର ୧୫ ହଜାର ୨୨୦ ଜଣ ଶିଶୁ ଉପକୃତ ହେବେ । ତେବେ ସୁନ୍ଦରଗଡ଼ ଜିଲ୍ଲାର ବିକାଶ ପାଇଁ ୩୧୨ କୋଟି ୩ ଲକ୍ଷ ୧ ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ୨୮୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ୮୦୮ କୋଟି ୩୦ ଲକ୍ଷ ୧୫ ହଜାର ବ୍ୟୟ ଅଟକଳରେ ୬୯୨ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ