ସୁପର-୮ ମୁକାବିଲାର ପ୍ରଥମ ମ୍ୟାଚରେ ଭାରତର ବଡ଼ ପରାଜୟ

ଅହମ୍ମଦାବାଦ: ସୁପର-୮ ମୁକାବିଲାର ପ୍ରଥମ ମ୍ୟାଚରେ ଭାରତର ବଡ଼ ପରାଜୟ । ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ଭାରତ ଓ ଦକ୍ଷିଣଆଫ୍ରିକା ଟି-୨୦ ମ୍ୟାଚ ଅନୁଷ୍ଠିତ ହୋଇଛି। ପ୍ରଥମେ ଟସ ଜିତି ଦକ୍ଷିଣଆଫ୍ରି୍କା ବ୍ୟାଟିଂ କରିବାକୁ ନିଷ୍ପତି ନେଇଥିଲା। ଭାରତ ବୋଲିଂ କରିବାକୁ ପଡିଆକୁ ଓହ୍ଲାଇଥିଲା ପ୍ରଥମ ଇନିଂସରେ ଦକ୍ଷିଣଆଫ୍ରିକା ୭ ଓ୍ବିକେଟ ହରାଇ ୧୮୭ ରନ ସଂଗ୍ରହ କରିଥିଲା। ଭାରତକୁ ୭୬ ରନରେ ହରାଇଲା ଦକ୍ଷିଣ ଆଫ୍ରିକା ଦଳ।୧୮୮ ରନର ବିଜୟ ଲକ୍ଷ୍ୟ ଦେଇଥିଲା ଦକ୍ଷିଣଆଫ୍ରିକା। ତେବେ ଭାରତ ମାତ୍ର ୧୧୧ ରନରେ ସମସ୍ତ ଓ୍ବିକେଟ୍ ହରାଇଛି । ଦଳ ପକ୍ଷରୁ ଶିଭମ ଦୁବେ ସର୍ବାଧିକ ୪୪ ରନ କରିଛନ୍ତି । ବାକି କୌଣସି ଖେଳାଳି ଆଜିର ମ୍ୟାଚରେ ବଡ଼ ପାଳି ଖେଳିପାରିନଥିଲେ । ଦଳର ୬ ଜଣ ଖେଳାଳି ଦୁଇ ଅଙ୍କ ମଧ୍ୟ ଛୁଇଁପାରିନାହାନ୍ତି । ଭାରତ ଏକ ବଡ ପରାଜୟ ବରଣ କରିଛି।

ଦକ୍ଷିଣଆଫ୍ରିକା ପକ୍ଷରୁ ମାର୍କେ ୟାନସନ ସର୍ବାଧିକ ୪ ଓ୍ବିକେଟ ଅକ୍ତିଆର କରିଥିବାବେଳେ କେଶବ ମହାରାଜ ୩ ଓ୍ବିକେଟ ଅକ୍ତିଆର କରିଛନ୍ତି । ମାକ୍ରମ ଗୋଟିଏ ଏବଂ ବୋସ ୨ ଟି ଓ୍ବିକେଟ୍ ନେଇଛନ୍ତି । ପଡିଆରେ ଦକ୍ଷିଣଆଫ୍ରିକାର ବୋଲରଙ୍କ ଭଲ ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ଆଜିର ମ୍ୟାଚରେ ମଧ୍ୟ ଅଭିଶେକ ଶର୍ମା ବଡ଼ ପାଳି ଖେଳିବେ ବୋଲି ପ୍ରଶଂସକ ଚାହିଁ ରହିଥିଲେ କିନ୍ତୁ ତାହା ଦେଖିବାକୁ ମିଳି ନଥିଲା । ସେ ୧୨ ବଲରୁ ମାତ୍ର ୧୫ ରନ କରିବାରେ ସକ୍ଷମ ହୋଇଥିଲେ ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ