ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି ଉଠାଇ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଏର ହୋଇଥିଲା । ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପି. ଚିଦାମ୍ବରମ୍ ସର୍ବୋଚ୍ଚ କୋର୍ଟରେ ଅଭିଯୋଗ କରିଛନ୍ତି ଯେ, ରାଜ୍ୟ ସରକାର କେନ୍ଦ୍ରୀୟ ଲୋକସେବା ଆୟୋଗ ନିକଟକୁ ପଠାଯାଇଥିବା ଅଧିକାରୀଙ୍କ ପ୍ୟାନେଲକୁ ପ୍ରତ୍ୟାହାର କରି ଏବେ ଏକ ସାନି ତାଲିକା ପ୍ରସ୍ତୁତ କରୁଛନ୍ତି। ସେ ଆହୁରି କହିଥିଲେ ଯେ, ରାଜ୍ୟ ସରକାର ଦୁଇଜଣ ADG ରାଙ୍କର ପୋଲିସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଇ ତାଙ୍କ ନାଁ ୟୁପିଏସସି ନିକଟକୁ ପଠାଯିବାକୁ ଥିବା ନୂଆ ପ୍ୟାନେଲରେ ଅନ୍ତର୍ଭୁକ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଆବେଦନକାରୀ ଓ ରାଜ୍ୟ ସରକାରଙ୍କ ପକ୍ଷ ଶୁଣିବା ପରେ ଖଣ୍ଡପୀଠ ଆମିକସ୍ କ୍ୟୁରୀଙ୍କ ମତ ମଧ୍ୟ ନେଇଥିଲେ । ଆମିକସ୍ କ୍ୟୁରୀ ରାଜୁ ରାମଚନ୍ଦ୍ରନ ଚୟନ ପ୍ରକ୍ରିୟାରେ ପ୍ରକାଶ ସିଂହ ରାୟର ଉଲ୍ଲଂଘନ ହୋଇଥିବା ଦର୍ଶାଇଥିଲେ । ତାଙ୍କ ମତକୁ ଆଧାର କରି ଡିଜିପି ଚୟନ ପ୍ରକ୍ରିୟା ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ସହ ରାଜ୍ୟ ସରକାରଙ୍କୁ ଅଧିକ ତଥ୍ୟ ଦାଖଲ କରିବାକୁ କହିଥିଲେ। ପରବର୍ତ୍ତି ଶୁଣାଣି ଆସନ୍ତା ୧୮ ତାରିଖରେ ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଥିଲେ। ମଙ୍ଗଳବାର ଶୁଣାଣିରେ ରାଜ୍ୟ ସରକାର ନିଜ ପକ୍ଷ ରଖିଥିଲେ।

ସୂଚନାଯୋଗ୍ୟ ଯେ ଓ୍ବାଇ. ବି. ଖୁରାନିଆ ଡିଜିପି ପଦରୁ ଅବସର ନେଇଥିବା ସତ୍ତ୍ୱେ ସୁପ୍ରିମକୋର୍ଟରେ ମାମଲା ଥିବା କାରଣରୁ ଓଡ଼ିଶାରେ ସ୍ଥାୟୀ ଡିଜିପି ନିଯୁକ୍ତି ହୋଇ ପାରି ନାହାନ୍ତି। ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ରଙ୍କୁ ଅନ୍ତରୀଣ ଡିଜିପି ଭାବେ ଦାଯିତ୍ୱ ଦିଆଯାଇଛି।

  • Related Posts

    ମୋହନଙ୍କ ବଡ଼ ନିଷ୍ପତ୍ତି : ନବମ ଓ ଦଶମ ପିଲାଙ୍କୁ ମିଳିବ ମାଗଣା ବହି

    ଭୁବନେଶ୍ୱର, ୧୩ ।୧୦ : ରାଜ୍ୟ କ୍ୟାବିନେଟ ନବମ ଓ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରିବେ । ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ଏହା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ଏହାଦ୍ୱାରା ୨୮.୯୦ ଲକ୍ଷ…

    Continue reading
    ମୋହନଙ୍କ ବଡ଼ ନିଷ୍ପତ୍ତି : ବର୍ଷା ଜଳ ନିଷ୍କାସନ ପାଇଁ ୫ ଶହ କୋଟି

    ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ