ସୁବର୍ଣ୍ଣରେଖାର ଜଳସ୍ତର ବିପଦ ସଂକେତ ପାର୍‌

ବାଲେଶ୍ବର: ଜଳକା ନଦୀର ତୃତୀୟ ଥର ବନ୍ୟା ଆସିବା ପରେ ଏବେ ଚିନ୍ତା ବଢ଼ାଇଛି ସୁବର୍ଣ୍ଣରେଖା । ଜଳକା ନଦୀର ବନ୍ୟା ପାଣି ଘରେ ଘରେ ପାଣି ପଶିଥିବା ବେଳେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇଛି । ରାଜଘାଟ ନିକଟରେ ସୁବର୍ଣ୍ଣରେଖାର ବିପଦ ସଂକେତ ୧୦.୩୬ ଥିବା ବେଳେ ବର୍ତ୍ତମାନ ଜଳସ୍ତର ୧୦.୪୦ ମିଟରରେ ପ୍ରବାହିତ ହେଉଛି । ଏହାଦ୍ୱାରା ଉତ୍ତର ବାଲେଶ୍ୱରରେ ପୁଣି ବଡ଼ ବନ୍ୟା ଆସିବା ନେଇ ଆଶଙ୍କା ପ୍ରକାଶ ପାଇଛି ।
ବିଶେଷ କରି ଜଳେଶ୍ୱର, ବାଲିଆପାଳ, ଭୋଗରାଇ ଆଦି ଅଞ୍ଚଳରେ ପାଣି ପଶିବାର ସମ୍ଭାବନା ରହିଛି । ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ବସ୍ତା, ରୁପ୍ସା ଆଦି ଅଞ୍ଚଳ ଏବେବି ଜଳମଗ୍ନ ରହିଛି । ପୁଣି ସୁବର୍ଣ୍ଣରେଖାର ଜଳସ୍ତର ବୃଦ୍ଧି ଚିନ୍ତା ବଢ଼ାଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା ଫୁଲିବାରେ ଲାଗିଛି । ଝାଡ଼ଖଣ୍ଡ ଓ ଉପରମୁଣ୍ଡରୁ ଲଗାତାର ପାଣି ଆସୁଥିବାରୁ ଜଳସ୍ତର ଆହୁରି ବଢ଼ିବାର ସମ୍ଭାବନା ରହିଛି । ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ବିଶେଷ କରି ଜଳେଶ୍ୱର, ବାଲିଆପାଳ ଏବଂ ଭୋଗରାଇ ବ୍ଲକର ଶତାଧିକ ତଳିଆ ଗ୍ରାମ ପ୍ରଭାବିତ ହେବାର ଆଶଙ୍କା ଦେଖାଦେଇଛି । ନଦୀକୂଳିଆ ବାସିନ୍ଦା ଏବେ ବନ୍ୟା ଆଶଙ୍କାରେ ଭୟଭୀତ ହୋଇପଡ଼ିଛନ୍ତି ।
ଅନ୍ୟପକ୍ଷରେ, ଜଳକା ନଦୀରେ ଆସିଥିବା ତୃତୀୟ ଥର ବନ୍ୟା ଯୋଗୁଁ ସ୍ଥିତି ଅଣାୟତ୍ତ ହୋଇପଡ଼ିଛି । କେତେକ ପ୍ରମୁଖ ଗ୍ରାମ୍ୟ ରାସ୍ତା ଉପରେ ୨ ରୁ ୩ ଫୁଟ ଉଚ୍ଚର ପାଣି ଚାଲୁଥିବାରୁ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଏହାସହ ହେକ୍ଟର ହେକ୍ଟର ଧାନ ତଳି ଏବଂ ପନିପରିବା ଫସଲ ବନ୍ୟା ପାଣିରେ ବୁଡ଼ି ରହିଥିବାରୁ ଚାଷୀକୂଳ ମୁଣ୍ଡରେ ହାତ ଦେଇ ବସିଛି ।

  • Related Posts

    ଭିଜିଲାନ୍ସ ଜାଲରେ ସଇଁତଳା ଆରଆଇ

    ଲାଞ୍ଚ ନେବାବେଳେ ଧରାପଡ଼ିଲେ ବଲାଙ୍ଗୀର, ୧୩ ।୧୦: ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଆଲନ ବେହେରାଙ୍କୁ ଭିଜିଲାନ୍ସ ମାଡ଼ିବସିଛି । ଜଣେ ଆବେଦନକାରୀଙ୍କ କୃଷି ଜମିକୁ ଘରବାରି ଜମିରେ ପରିବର୍ତ୍ତନ ସମ୍ପର୍କିତ…

    Continue reading
    “ମୁକ୍ତ ବାଣିଜ୍ୟ ଚୁକ୍ତି ସୁଯୋଗର ସଦୁପଯୋଗ” ଶୀର୍ଷକ କର୍ମଶାଳା

    ବିଶ୍ଵ ବଜାର ସମୃଦ୍ଧିର ନୂଆ ଦିଗନ୍ତ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଭୁବନେଶ୍ୱର, ତା: ୧୩/୧୦/୨୦୨୬: ଓଡ଼ିଶାର ବ୍ୟବସାୟ ଓ ରପ୍ତାନି କ୍ଷେତ୍ରକୁ ବିଶ୍ୱ ବଜାରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଉଦ୍ଦେଶ୍ୟରେ ସ୍ଥାନୀୟ ମେ’ଫେୟାର୍ କନଭେନସନଠାରେ “ମୁକ୍ତ ବାଣିଜ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ