
ଦେବଗଡ଼: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଡିଟୋରିୟମରେ ଶୁକ୍ରବାର ଜିଲ୍ଲା ପ୍ରଶାସନ ପକ୍ଷରୁ ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ପ୍ରଶାନ୍ତ ବେହେରା, ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ଓ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପରେ ଦେବଗଡ଼ ଜିଲ୍ଲାର ୮୦,୨୭୬ ଜଣ ମହିଳାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଅର୍ଥ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜ ମଙ୍ଗଳ ଅଧିକାରୀ ସୁରତି ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର ପୁହାଣ, ଓଏଲ୍ଏମ୍ ଡିପିଏମ୍ ଶିଶିର ଷଡ଼ଙ୍ଗୀ, ଜିଲ୍ଲା ପରିଷଦର ପ୍ରୋଗ୍ରାମ ମ୍ୟାନେଜର୍ ଫାଇନାନ୍ସ ଆଶିଷ ରଞ୍ଜନ ବାରିକଙ୍କ ସମେତ ସିଡିପିଓ, ସୁପରଭାଇଜର, ଅଙ୍ଗନବାଡ଼ି କର୍ମୀ, ମିସନ ଶକ୍ତିର ମହିଳା ଉପସ୍ଥିତ ଥିଲେ। କାର୍ଯକ୍ରମକୁ ଡିଆଇପିଆର୍ଓ ମନୋରଞ୍ଜନ ସୂତାର ପରିଚାଳନା କରିଥିଲେ।




