ସୁଭଦ୍ରା: ଆବେଦନ ୧.୦୩ କୋଟି ଟପିଲା

ଭୁବନେଶ୍ୱର: ରାଜ୍ୟ ବିଜେପି ସରକାରଙ୍କ ମହତ୍ୱାକାଂକ୍ଷୀ ଯୋଜନା ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ୟ୍ୟାୟ ଟଙ୍କା ଆସନ୍ତା ୨୪ତାରିଖରେ ପ୍ରାୟ ୨୦ଲକ୍ଷ ହିତାଧିକାରୀଙ୍କୁ ମିଳିବ । ଏନେଇ ରାଜ୍ୟ ସରକାର ପ୍ରସ୍ତୁତି ଶେଷ କରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ମୋଟ ୧କୋଟି ୩ଲକ୍ଷ ୬୨ହଜାର ୩୭୭ଜଣ ଆବେଦନକାରୀ ‘ସୁଭଦ୍ରା’ ଟଙ୍କା ପାଇବା ପାଇଁ ଆବେଦନ କରିଥିବାବେଳେ ରାଜ୍ୟ ସରକାର ୨ଟି ପର୍ୟ୍ୟାୟରେ ୬୦ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ବାବଦରେ ୫ହଜାର ଟଙ୍କା ଲେଖାଏଁ ଯୋଗାଇ ଦେଇଛନ୍ତି । ଏବେ ତୃତୀୟ ପର୍ୟ୍ୟାୟରେ ୨୦ଲକ୍ଷ ହିତାଧିକାରୀ ପାଇବା ପରେ ବି ଆଉ ୨୩ଲକ୍ଷରୁ ଅଧିକ ଆବେଦନକାରୀ ପରବର୍ତ୍ତୀ ପର୍ୟ୍ୟାୟ ପାଇଁ ବାକି ରହିବେ ବୋଲି ଜଣାପଡ଼ିଛି ।

ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ୟ୍ୟାୟ ଅର୍ଥ ଆସନ୍ତା ୨୪ତାରିଖରେ ୨୦ଲକ୍ଷ ହିତାଧିକାରୀଙ୍କୁ ଦେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାରୁ ଆଜି ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପଞ୍ଜିକୃତ ଅଥଚ ବ୍ୟାଙ୍କ ଓ ଆଧାର ସଂଯୋଗୀକରଣଜନିତ ସମସ୍ୟା ଯୋଗୁ ବାଦ୍ ପଡ଼ିଥିବା ହିତାଧିକାରୀମାନଙ୍କ ସମସ୍ୟାକୁ ସମାଧାନ କରିବାକୁ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ