ସୁଭଦ୍ରା ଦ୍ଵିତୀୟ କିସ୍ତିରୁ ବାଦ ପଡିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ମହିଳା

ଭୁବନେଶ୍ବର : ସୁଭଦ୍ରା ଦ୍ଵିତୀୟ କିସ୍ତିରୁ ବାଦ ପଡିଛନ୍ତି ଏକ ଲକ୍ଷ ୮୩ ହଜାର ୭୮୫ ମହିଳା । ଏକ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଥିଲେ। ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ସୁଭଦ୍ରା ହିତାଧିକାରୀଙ୍କୁ ମୋଟ ୫ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ପଠାଇଥିଲେ। ତେବେ ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବିଧାନସଭାରେ ବିଧାୟକ ମନୋହର ରନ୍ଧାରୀଙ୍କ ପ୍ରଶ୍ନର ଏହି ଉତ୍ତର ରଖିଛନ୍ତି।

ଆବେଦନକାରୀଙ୍କୁ ସୁଭଦ୍ରା ଯୋଜନାରେ ଆର୍ଥିକ ସହାୟତା ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଯେଉଁ ମହିଳାମାନେ ୧।୭।୨୦୨୪ ସୁଦ୍ଧା ୨୧ ବର୍ଷ କିମ୍ବା ଅଧିକ ଓ ୬୦ ବର୍ଷରୁ କମ ହୋଇଥିବ ସେମାନେ ସୁଭଦ୍ରା ସହାୟତା ପାଇଁ ଆବେଦନ କରିପାରିବେ। ଯେଉଁ ମହିଳା ୨ଟି କିସ୍ତି ପାଇସାରିବା ପରେ ୫୯ ବୟସ ଅତିକ୍ରାନ୍ତ କରୁଛନ୍ତି ସେ ୬୦ ବୟସ ପହଞ୍ଚିବା ପର୍ୟ୍ୟନ୍ତ କିସ୍ତି ପାଇ ପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ସୁଭଦ୍ରା ଯୋଜନାରେ ରାଜ୍ୟ ସରକାର ମୋଟ ୨ଟି କିସ୍ତିରେ କେତେ ଜଣ ମହିଳାଙ୍କୁ ସୁଭଦ୍ରା ଯୋଜନାରେ କେତେ ଟଙ୍କା ଦେଇଛନ୍ତି। ଆଉ କେତେ ମହିଳାଙ୍କୁ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଯେଉଁ ମହିଳାମାନେ ଏବେ ୨୧ ବର୍ଷରେ ପହଞ୍ଚିବେ ସେମାନେ ନୂତନ ଭାବେ ଆବେଦନ କରିବେ କି। ଯେଉଁ ମହିଳା ୨ଟି କିସ୍ତି ପାଇ ସାରିବା ପରେ ୫୯ ବର୍ଷ ଅତିକ୍ରମ କରୁଛନ୍ତି ସେ ମହିଳା ଆଉ ସୁଭଦ୍ରା କିସ୍ତି ପାଇବେ କି ବିଧାନସଭାରେ ବିଧାୟକ ମନୋହର ରନ୍ଧାରୀ ଉପମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ପ୍ରଶ୍ନ ପଚାରିଥିଲେ।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ