ସୁଭଦ୍ରା ଯୋଜନାକୁ ନେଇ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି। ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ। ଗତକାଲି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।ବର୍ତ୍ତମାନ ସୁଭଦ୍ରା ଯୋଜନାରେ ୧ କୋଟି ୬ ଲକ୍ଷରୁ ଅଧିକ ଆବେଦନ ପଞ୍ଜୀକୃତ ହୋଇଛି। ଏହା ମଧ୍ୟରୁ ୮୦,୨୯.୭୪୨୧ ଜଣଙ୍କ ଆବେଦନକୁ (ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ) ମଞ୍ଜୁର କରାଯାଇଛି। ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।

ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ନଥିବା ଅବଶିଷ୍ଟ ଆବେଦନଗୁଡ଼ିକ ବିଚାରାଧୀନ ଅଛି। ବର୍ତ୍ତମାନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆବେଦନ କରିବାର କୌଣସି ଶେଷ ତାରିଖ ରଖାଯାଇ ନଥିଲା। ରାଜ୍ୟ କ୍ୟାବିନେଟ୍‌ରେ ଏହି ପଞ୍ଜୀକରଣର ଶେଷ ତାରିଖ ଧାର୍ୟ୍ୟ କରାଯାଇଛି। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୦୨୪-୨୫ ଆର୍ଥିକ ବର୍ଷର ସୁଭଦ୍ରା ପଞ୍ଜୀକରଣ ଶେଷ ହେବ ବୋଲି ନିଷ୍ପତ୍ତି ହୋଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ