ସୁଭଦ୍ରା ଯୋଜନାର ୨ ବର୍ଷ ପୂର୍ତ୍ତି ଆଜି

ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନାରେ ନୂଆ ହିତାଧିକାରୀ ଅନ୍ତର୍ଭୁକ୍ତ କରିବା ନିମନ୍ତେ ପୁଣି ୨୦୨୭ ଏପ୍ରିଲରେ ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷରେ ଉପନୀତ ଯୁବତୀ ଏଥିରେ ପଞ୍ଜୀକରଣ କରିପାରିବେ। ଏପ୍ରିଲ୍ ପହିଲାରୁ ୩୦ ପର୍ଯ୍ୟନ୍ତ ଏହି ପୋର୍ଟାଲ ଖୋଲା ରହିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
ଆଜି ଲୋକସେବା ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଯୋଗଦେଇ ‘ସୁଭଦ୍ରା’ ଯୋଜନାର ଦୁଇବର୍ଷ ପୂରଣ ଅବସରରେ ଆସନ୍ତାକାଲି(ଗୁରୁବାର) ସନ୍ଧ୍ୟା ୬ଟାରୁ ୭ଟା ମଧ୍ୟରେ ରାଜ୍ୟର ପ୍ରତ୍ୟେକ ଘରେ ଦୀପ ପ୍ରଜ୍ୱଳନ କରିବାକୁ ଆହ୍ୱାନ କରିଛନ୍ତି। ସେ କହିଛନ୍ତି ଯେ ଗତ ଦୁଇବର୍ଷ ମଧ୍ୟରେ ୫ଟି କିସ୍ତି ଜରିଆରେ ୧ କୋଟି ୩ଲକ୍ଷରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ (ଡିବିଟି) ୨୫,୮୦୦ କୋଟି ଟଙ୍କା ସହାୟତା ହସ୍ତାନ୍ତର କରାଯାଇଛି। ଆଇଆଇଏମ୍‌ ସମ୍ବଲପୁର, ଏସ୍‌ବିଆଇ ଏବଂ ନୀତି ଆୟୋଗର ଆକଳନ ଅନୁଯାୟୀ, ଏହି ଯୋଜନା ଫଳରେ ରାଜ୍ୟର ୨୬%ରୁ ଊର୍ଦ୍ଧ୍ୱ ମହିଳା ନିଜସ୍ୱ ଉଦ୍ୟୋଗୀ ଭାବେ ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି। ଆସନ୍ତାକାଲି ମହିଳା ସଶକ୍ତୀକରଣ ଓ ଆତ୍ମସମ୍ମାନର ସଂକଳ୍ପ ଦିବସ ଭାବେ ପାଳନ କରାଯିବ। ଏହି ଅବସରରେ ରାଜ୍ୟର ସମସ୍ତ ଆଇସିଡିଏସ୍ ପ୍ରକଳ୍ପ, ଅଙ୍ଗନବାଡ଼ି କେନ୍ଦ୍ର ଓ ସିଡିପିଓ କାର୍ଯ୍ୟାଳୟଗୁଡ଼ିକରେ ରଙ୍ଗୋଲି ପ୍ରତିଯୋଗିତା ଏବଂ ସବିଶେଷ ସମାରୋହ ଆୟୋଜନ କରାଯିବ। ରାଜ୍ୟର ୩୩୮ଟି ସ୍ଥାନରେ ପ୍ରତିଯୋଗିତା ଓ ସମାରୋହ ହେବ। ଏଥିସହ ‘ପୋଷଣ ଅଭିଯାନ’ ମାଧ୍ୟମରେ ଓଡ଼ିଶାକୁ ୧୦୦% କୁ-ପୋଷଣମୁକ୍ତ କରି ଏକ ‘ସୁପୋଷିତ ଓ ବିକଶିତ ଓଡ଼ିଶା’ ଗଠନ ପାଇଁ ବିଭାଗ ସଂକଳ୍ପବଦ୍ଧ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବାଧୀନ ବିଜେପି ସରକାର ୨୦୨୪ ଜୁନ୍ ୧୨ରେ ଗଠନ ହୋଇଥିଲା। ସେହିବର୍ଷ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଜନତା ମଇଦାନରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ହୋଇଥିଲା। ପ୍ରଧାନମନ୍ତ୍ରୀ ମୋଦୀ ଯୋଜନାର ଶୁଭାରମ୍ଭ କରି ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଛାଡ଼ିଥିଲେ।

  • Related Posts

    ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଆକ୍ସନ୍ ମୋଡ୍‌ରେ ଇଡି

    ବାଙ୍କୀ: ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆକ୍ସନ୍ ମୋଡ୍‌ରେ ଆସିଛି ଇଡି । ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ କଳାପଥରସ୍ଥିତ ପୈତୃକ ଘର ସମେତ ଶଙ୍କର ପୃଷ୍ଟି ଓ ସୁରେଶ ନାୟକଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନର୍ଦ୍ଦେଶାଳୟ…

    Continue reading
    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ