ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳି ବିନିମୟ

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାର ଆବୁଝମାଡ ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳି ବିନିମୟ ହୋଇଛି। ଏନକାଉଣ୍ଟରରେ କିଛି ମାଓବାଦୀ ପ୍ରାଣ ହରାଇଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରୁ ଶତାଧିକ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ ହୋଇଛି। ଯାହା ମଧ୍ୟରେ ରହିଛି ଏଲଏମଜି, ଏକେ-୪୭, ଆଇଏନଏସଏଏସ, ଏସଏଲଆର ଓ ଷ୍ଟେନ୍ ଗନ୍ ଭଳି ଅନେକ ଅତ୍ୟାଧୁନିକ ବନ୍ଧୁକ । ଏହା ସହିତ ବିଜିଏଲ ସେଲ୍, ଡିଟୋନିଟର, କୋଡେକ୍ସ ଭଳି ଅନେକ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ନାରାୟଣପୁର ଜିଲ୍ଲାର ଡିଆରଜି ବାହିନୀ ଏସଟିଏଫ ଓ ଆଇଟିବିପିର ଯବାନ ମିଳିତ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ଏହି ସଫଳତା ମିଳିଛି । ଲଗାତାର ୫ ଦିନ ଧରି ଜାରି ରହିଥିଲା ମାଓ ଦମନ ଅପରେସନ। ଅଭୁଝମାଡ଼ ଜଙ୍ଗଲରେ ମାଓବାଦୀଙ୍କ କୁତୁଲ ଏରିଆ କମିଟି ସୁରକ୍ଷାକର୍ମୀ ଦେଖି ଆଖିବୁଜା ଗୁଳି ଚାଳନା କରିଥିଲେ। ଯାହାର ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଘଟଣାରେ କିଛି ମାଓବାଦୀ ପ୍ରାଣ ହରାଇଥିବା ଆଶଙ୍କା କରୁଛି ପୁଲିସ। ଏନକାଉଣ୍ଟର ପରେ ସର୍ଚ୍ଚ ଅପରେସନ ଜାରି ରହିଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ