ସୁରେଶ ପୂଜାରୀଙ୍କ ଦେବଗଡ ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ଓ ସମୀକ୍ଷା

ଦେବଗଡ଼:ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଦେବଗଡ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ପରିଦର୍ଶନ କରିବା ସହ ସରକାରୀ ଯୋଜନା ଓ ୨୦୨୬ – ୨୭ କାର୍ଯ୍ୟ ଖସଡା ପ୍ରସ୍ତୁତିର ସମୀକ୍ଷା କରିଥିଲେ। ମନ୍ତ୍ରୀ ପୂଜାରୀ ସକାଳେ ବାରକୋଟ ବ୍ଲକର ବାଲିପୋଷି ଗ୍ରାମରେ ଥିବା ହସ୍ତଶିଳ୍ପ କେନ୍ଦ୍ର ,ସମରଖାଇ ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, କଳାମାଟି ଗ୍ରାମରେ ଥିବା ଗାରମେଣ୍ଟ ସିଟିଚିଂ ୟୁନିଟ ପରିଦର୍ଶନ କରି ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ପଚାରିବୁଝିଥିଲେ। ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ବିକାଶ ମୂଳକ ସରକାରୀ ଯୋଜନା ଓ ୨୦୨୬ – ୨୭ କାର୍ଯ୍ୟ ଖସଡା ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲେ। ଏଥିରେ ରାଜସ୍ବ ମନ୍ତ୍ରୀ ତଥା ଜିଲ୍ଲା ପ୍ରଭାରୀ ଶ୍ରୀ ପୂଜାରୀ ଯୋଗ ଦେଇ ଶିକ୍ଷ।, ସ୍ବାସ୍ଥ୍ୟ,ଗମନାଗମନ,ପାନୀୟ ଜଳ, ନୂତନ ରାସ୍ତା ନିର୍ମାଣ, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା, ପ୍ରଧାନମନ୍ତ୍ରୀ ଜନମନ ଯୋଜନା, ଅଟଳ ପେନସନ ଯୋଜନା, ନୂତନ ରାସନ କାର୍ଡ ବଣ୍ଟନ, ସୁଭଦ୍ରା ଯୋଜନା, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନା ତଥା ବିଭିନ୍ନ ସରକାରୀ ଯୋଜନାର ସମୀକ୍ଷା କରିଥିଲେ। ସମୀକ୍ଷା ବୈଠକରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଜିଲ୍ଲାପାଳ କବିନ୍ଦ୍ର ସାହୁ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ପୂର୍ବ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ମନ୍ତ୍ରୀଙ୍କବ୍ୟକ୍ତିଗତ ସଚିବ ପ୍ରଦୀପ ସାହୁ,ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ,ଡିଏଫଓ ମିସ୍ ରଶ୍ମି ଜି,ଅତିରିକ୍ତ ଏସପି ଧୀରଜ ଚୋପଦାର,ଉପଜିଲ୍ଲାପାଳ ପରିକ୍ଷିତ ସାହୁ, ଜିଲ୍ଲା ବିଜେପି ସଭାପତି ଅରୁଣ ସାହୁଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକ‌ାରୀମାନେ ଉପସ୍ଥିତ ଥିଲେ।

  • Related Posts

    ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା:ଅପରାଜିତା

    ଭୁବନେଶ୍ୱର : ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା। ଏଥିସହିତ ଭୁବନେଶ୍ୱର ବିମାନ ବନ୍ଦର ତୃତୀୟ ଏୟାର ଟର୍ମିନାଲ କୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଙ୍କ ସହିତ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ର…

    Continue reading
    ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

    ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ଭୟାବହ ଅଗ୍ନିକାଣ୍ଡ। ଉଲୁଣ୍ଡା ବ୍ଲକ ସାହାଣୀଡିହ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏନେଇ ଖବର ପାଇ ନିଆଁକୁ ଆୟତ୍ତ କରିବା ପାଇଁ ବିନିକା ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଫ୍ୟାକ୍ଟ୍ରିରେ ନିଆଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ