ସୂଚନା ଓ ଲୋକସଂପର୍କ ବିଭାଗରେ ଶପଥ ପାଠ

ଭୁବନେଶ୍ୱର: ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆଜି ଶପଥ ପାଠ କରାଯାଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଦୂରଦୃଷ୍ଟି ଓ କାର୍ୟ୍ୟ ଦେଶର ଏକତା ଅକ୍ଷୁଣ୍ଣ ରଖିବାରେ ସହାୟକ ହୋଇଥିଲା । ତାଙ୍କ ସମର୍ପିତ ଜୀବନ ଓ ଆଦର୍ଶରେ ଅନୁପ୍ରାଣୀତ ହୋଇ ପ୍ରତ୍ୟେକ ନାଗରିକ ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜ ନିଜ କ୍ଷେତ୍ରରେ ଉଦ୍ୟମ ଜାରି ରଖିବାର ଆବଶ୍ୟକତା ରହିଛି ବୋଲି ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠ କରିଥିଲେ ।

ଶପଥ ପାଠ ଉତ୍ସବରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁର୍‌ବୀର ସିଂ, ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ବେହୁରିଆ, ଯୁଗ୍ମ ଶାସନ ସଚିବ ସେକ୍‌ କଲାମ ଉଦ୍ଦିନ୍‌, ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶନୀ, ଶ୍ରୀ ଅଶ୍ୱିନୀ କୁମାର ଭୋଇଙ୍କ ସମେତ ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଶପଥ ପାଠରେ ଅଂଶଗ୍ରହଣ କରିଥିଲେ ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ