
ଭୁବନେଶ୍ଵର : ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଆସନ୍ତା ୨୫ ତାରିଖ ପାଖାପାଖି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୬ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବ। ୨୭ ପାଖାପାଖି ଏହା ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ନେଇ ସୂଚନା ରହିଛି।



