ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି ।

ସେପଟେ ୨ରୁ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀବାୟୁ । ମୌସୁମୀ ଓଡ଼ିଶା ଛୁଇଁବାକୁ ପାଗ ଅନୁକୂଳ ରହିଛି । ଗତ ୨୪ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିବା ବେଳେ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି ।

ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଭାରି ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କି.ମି. ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ