ସେନାର ପଦକ୍ଷେପକୁ ପ୍ରଶଂସା କଲେ ନବୀନ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣର ଭାରତୀୟ ସେନାର ପ୍ରତିଶୋଧକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ ଭାରତୀୟ ସେନାର ପଦକ୍ଷେପକୁ ପ୍ରଶଂସା କରିବା ସହ ଭାରତୀୟ ସେନାକୁ ଅଭିନନନ୍ଦନ ଜଣାଇଛନ୍ତି। ଅପରେସନ୍ ସିନ୍ଦୂର ଜରିଆରେ ଭାରତୀୟ ସେନା ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରି ବହୁ ଆତଙ୍କୀଙ୍କୁ ନିହତ କରିଛନ୍ତି।
ଭାରତୀୟ ବାୟୁସେନା ବୁଧବାର ପ୍ରତ୍ୟୁଷରେ ପାକ୍ ଅଧିକୃତ କଶ୍ମୀର ଏବଂ ପାକିସ୍ତାନରେ ଥିବା ଅନେକ ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କରିଛି। ଭାରତୀୟ ସଶସ୍ତ୍ର ବାହିନୀ ଭାରତ ଉପରେ ଅନେକ ଆକ୍ରମଣ ପଛରେ ଥିବା ଏହି ଆତଙ୍କବାଦୀ ଶିବିରଗୁଡ଼ିକୁ ଚିହ୍ନଟ କରି ଟାର୍ଗେଟ କରିଥିଲା। ସୂତ୍ର ଅନୁଯାୟୀ, ଗୁଇନ୍ଦା ସୂଚନା ଆଧାରରେ ବାୟୁସେନା ଆକ୍ରମଣରେ ୪ଟି ଜୈଶ-ଏ-ମହମ୍ମଦ, ୩ଟି ଲସ୍କର-ଏ-ତୋଇବା ଏବଂ ୨ଟି ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ଆଡ୍ଡାକୁ ଟାର୍ଗେଟ କରାଯାଇଥିଲା। ଭାରତ ଦ୍ୱାରା ଟାର୍ଗେଟ କରାଯାଇଥିବା ଆତଙ୍କବାଦୀ ଆଡ୍ଡାଗୁଡ଼ିକରେ ଜୈଶ-ଏ-ମହମ୍ମଦର ମୁଖ୍ୟାଳୟ ମଧ୍ୟ ଅନ୍ତର୍ଭୁକ୍ତ। ଏହା ବ୍ୟତୀତ ଲସ୍କର-ଏ-ତୋଇବା ଏବଂ ହିଜବୁଲ ମୁଜାହିଦ୍ଦିନର ଶିବିରଗୁଡ଼ିକୁ ମଧ୍ୟ ଧ୍ୱଂସ କରାଯାଇଛି।ଏହି ଟାର୍ଗେଟଗୁଡ଼ିକ ପାକିସ୍ତାନ ସୀମାରୁ ୧୦୦ କିଲୋମିଟର ମଧ୍ୟରେ ଥିଲା। ସୂତ୍ର ଅନୁଯାୟୀ ଆକ୍ରମଣ ପୂର୍ବରୁ, ଏକ ଡଜନ ଆତଙ୍କବାଦୀ ଆଡ୍ଡା ଚିହ୍ନଟ କରାଯାଇଛି, ସେଗୁଡିକୁ ଟ୍ରାକ୍ କରାଯାଇଥିଲା ଏବଂ ତା’ପରେ ଆକ୍ରମଣ କରି ଧ୍ୱଂସ କରାଯାଇଛି।ଭାରତ ଦ୍ୱାରା ଟାର୍ଗେଟ କରାଯାଇଥିବା ଆତଙ୍କବାଦୀ ଆଡ୍ଡାଗୁଡ଼ିକରେ ଜୈଶ-ଏ-ମହମ୍ମଦର ମୁଖ୍ୟାଳୟ ମଧ୍ୟ ଅନ୍ତର୍ଭୁକ୍ତ। ଏହା ବ୍ୟତୀତ ଲସ୍କର-ଏ-ତୋଇବା ଏବଂ ହିଜବୁଲ ମୁଜାହିଦ୍ଦିନର ଶିବିରଗୁଡ଼ିକୁ ମଧ୍ୟ ଧ୍ୱଂସ କରାଯାଇଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ