ସେନା ପଦକ୍ଷେପକୁ ଯେତେ ପ୍ରଶଂସା କଲେ ବି କମ୍: ପ୍ରିୟଦର୍ଶିନୀ

ବାଲେଶ୍ବର: ପହଲଗାମ ଆତଙ୍କୀ ଆକ୍ରମଣର ୧୪ ଦିନ ପରେ ପ୍ରତିଶୋଧ ନେଇଛି ଭାରତ। ଭାରତର ସିନ୍ଦୂର ଅପରେସନ୍ ଜରିଆରେ ୩୦୦ରୁ ଅଧିକ ଆତଙ୍କୀ ନିହତ ହୋଇଥିବା ବେଳେ ବହୁ ଆତଙ୍କବାଦୀଙ୍କ ଶିବିର ଧ୍ବଂସ ହୋଇଛି। ଏହି ଘଟଣାକୁ ନେଇ ଆତଙ୍କବାଦୀଙ୍କ ଦ୍ବାରା ନିହତ ବାଲେଶ୍ବର ଜିଲ୍ଲାର ମୃତ ପ୍ରଶାନ୍ତ କୁମାର ଶତପଥୀଙ୍କ ପତ୍ନୀ ପ୍ରିୟଦର୍ଶିନୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଭାରତୀୟ ସେନା ଓ ଭାରତ ସରକାରଙ୍କ ପଦକ୍ଷେପକୁ ଯେତେ ପ୍ରଶଂସା କଲେ ବି କମ୍। ଏହା ହିଁ ମୋ ସ୍ବାମୀଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି। ମୋ ସ୍ବାମୀ ଯେଉଁଠି ବି ଥିବେ ତାଙ୍କର ଆତ୍ମାକୁ ଶାନ୍ତି ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହାୟତାକୁ ମୁଁ ଭୁଲିବି ନାହିଁ। ଆତଙ୍କବାଦର ମୂଳୋତ୍ପାଟନ ହେବା ଦରକାର।ମୁଁ ଭାରତ ସରକାରଙ୍କ ନିକଟରେ ଚିର ଋଣୀ ରହିବି।

ଆତଙ୍କୀଙ୍କ ଉପରେ ଭାରତ ଶକ୍ତ ପ୍ରହାର କରି ପାକ୍ ମାଟିରେ ଶିବିର ଛାରଖାର କରିବା ପରେ ପାକିସ୍ତାନ ଥରହର ହୋଇଛି । ‘ଅପରେସନ ସିନ୍ଦୂର’ ଜରିଆରେ ୯ଟି ଟାର୍ଗେଟ୍ କରିଛି । ଯେଉଁଥିରେ ଶତାଧିକ ଆତଙ୍କୀ ସଫା ହୋଇଥିବା ସୂଚନା ମିଳିଛି । ତେବେ ଏହି ଆକ୍ରମଣ ଭାରତ ମାଟିରୁ କେବଳ ଆତଙ୍କ ଶିବିରକୁ କରାଯାଇଥିବା ବେଳେ ପାକିସ୍ତାନର ସେନା କ୍ୟାମ୍ପ କିମ୍ବା ନାଗରିକଙ୍କ ଉପରେ କରାଯାଇନଥିବା ସ୍ପଷ୍ଟ କରିଛି ସେନା ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ