ଭୁବନେଶ୍ୱର,୨୧/୦୮: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନେକ ସମୟରେ ପ୍ରବଳ ଭିଡ଼ ହେଉଛି। ଭକ୍ତ ଠେଲାପେଲାରେ ଆହତ ହେବା ସହ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେଉଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ନୂତନ ସରକାର ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଦୀର୍ଘ ୧୦ମାସ ପରେ ମଧ୍ୟ ଏହି ବ୍ୟବସ୍ଥା ଲାଗୁ ହୋଇପାରି ନାହିଁ। ଶ୍ରୀମନ୍ଦିର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରବେଶ ଏବଂ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁମାନେ କେବଳ ସିଂହଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରି ପାରିବେ ଓ ସିଂହଦ୍ବାରକୁ ଛାଡ଼ି ଅନ୍ୟ ୩ଦ୍ବାରରେ ପ୍ରସ୍ଥାନ କରିବା ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଗତ ବର୍ଷ କାର୍ତ୍ତିକ ମାସ ପରେ ବ୍ୟବସ୍ଥା କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ବାହାର କାଠ ବା ନାଟମଣ୍ଡପରେ ଶ୍ରଦ୍ଧାଳୁମାନେ ଯେଭଳି ବିନା ଠେଲାପେଲାରେ ଠାକୁରଙ୍କୁ ଦର୍ଶନ କରିପାରିବେ ସେଥିପାଇଁ ନକ୍ସା ପ୍ରସ୍ତୁତ କରାଯାଇ ପୁରୁଷ, ଦିବ୍ୟାଙ୍ଗ, ମହିଳା, ଶିଶୁ ଓ ବୟସାଧିକ ବୃଦ୍ଧବୃଦ୍ଧାଙ୍କ ପାଇଁ ସ୍ୱତନ୍ତ୍ର ଭାବେ ପୃଥକ୍ ଧାଡ଼ି ବ୍ୟବସ୍ଥା କରାଯିବ ବୋଲି ସୂଚନା ଦିଆଯାଇଥିଲା। ଭକ୍ତମାନେ ସାତପାହାଚ ଦେଇ ପ୍ରବେଶ କରି ଘଣ୍ଟିଦ୍ୱାର ଦେଇ ପ୍ରସ୍ଥାନ କରିବେ। ସମୁଦାୟ ୬ଟି ଧାଡ଼ିରେ ଭକ୍ତମାନେ ପ୍ରବେଶ କରିବା ସହ କାଠ ବ୍ୟାରିକେଡ଼ ଦେଇ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବେ ବୋଲି କୁହାଯାଇଥିଲା। କିନ୍ତୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ ହୋଇପାରୁନି। ରାଜ୍ୟ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆସନ୍ତା ସେପ୍ଟେମ୍ବର ୧୫ ରୁ ପୁନର୍ବାର ଧାଡ଼ି ଦର୍ଶନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ ବୋଲି ବୁଧବାର ଭୁବନେଶ୍ବରରେ ସୂଚନା ଦେଇଛନ୍ତି। ବାରମ୍ବାର ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ନେଇ ତାରିଖ ଘୁଞ୍ଚି ଚାଲିଛି। ଭକ୍ତ ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କୁ ଦର୍ଶନ କରିପାରୁ ନାହାନ୍ତି।
ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ
ମୁମ୍ବାଇ : ଜ୍ୟୋତିର୍ମୟୀ ନାୟକ, ଇଣ୍ଡିଆନ୍ ଆଇଡଲ୍ ସିଜିନ୍ 16ର ଚାମ୍ପିଅନ୍ ମୁକୁଟ ପିନ୍ଧାଇଛନ୍ତି, ଏବଂ ସେ ଟାଇଟଲ୍ ଜିତିଥିବା ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ ଇତିହାସ ରଚିଛନ୍ତି । ଏଥିସହ ଇଣ୍ଡିଆନ୍ ଆଇଡଲ୍ 16 ବିଜେତା ଭାବେ ଜ୍ୟୋତିର୍ମୟୀ ନାୟକ…


